ଦିନକରେ ନିବେଶକ ହରାଇଲେ ୮.୫ଲକ୍ଷ କୋଟି

ନୂଆଦିଲ୍ଲୀ,୨୪।୧: ଗତ କିଛି ସପ୍ତାହ ହେବ ଘରୋଇ ପୁଞ୍ଜିବଜାରର କାରବାର ନିବେଶକଙ୍କୁ ନିରାଶ କରୁଛି। ଫଳରେ ନିବେଶକ ଲକ୍ଷାଧିକ ଟଙ୍କାର କ୍ଷତି ସହୁଛନ୍ତି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନର ବଜାର କାରବାରରେ ଏକ ବଡ ଧରଣର ହ୍ରାସ ଘଟିଛି। ଫଳରେ ନିବେଶକ ଦିନକ ମଧ୍ୟରେ ପ୍ରାୟ ୮.୫ ଲକ୍ଷ କୋଟିର ନିବେଶ ହରାଇଛନ୍ତି। ଉଲ୍ଲେଖଯୋଗ୍ୟ, ଗତ ସପ୍ତାହର ଶେଷ କାର୍ଯ୍ୟ ଦିବସ ସୁଦ୍ଧା ପୁଞ୍ଜିବଜାରରେ ସଞ୍ଚୟ ପୁଞ୍ଜି ରାଶିରୁ ୮,୫୦, ୮୨୦.୮୧ ଲକ୍ଷ କୋଟି ହ୍ରାସ ହୋଇ ୩,୬୫,୯୭,୯୧୫.୯୭ ଲକ୍ଷ କୋଟିରେ ରହିଛି। ସେହିଭଳି ମଙ୍ଗଳବାର ଶେୟାର ବଜାର କାରବାରରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୦୫୩ .୧୦ ପଏଣ୍ଟ ବା ୧.୪୭% ହ୍ରାସ ଘଟିଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ନିଫି୍ଟ-୫୦ରେ ୩୩୩.୦୦ ପଏଣ୍ଟ ବା ୧.୫୪% ଖସିଛି।
ଅପରପକ୍ଷରେ ନିଫ୍ଟ ମିଡ୍‌କ୍ୟାପ୍‌ ୧୪୯୩.୨୦ ପଏଣ୍ଟ ହ୍ରାସ ଘଟି ୪୬,୫୬୯.୬୦ ଅଙ୍କରେ ରହିଥିଲାବେଳେ ନିଫ୍ଟି ସ୍ମଲକ୍ୟାପ ୨୧୫.୨୫ ପଏଣ୍ଟ ଖସି ୭୦୩୪.୧୦ ଅଙ୍କରେ ରହିଛି।
ଏପରିକି ନିଫ୍ଟି ବ୍ୟାଙ୍କ ୧୦୪୩.୧୫ ପଏଣ୍ଟ ହ୍ରାସ ହୋଇ ୪୫,୦୧୫.୦୫ ଅଙ୍କରେ ପହଞ୍ଚତ୍ଛି। ସେହିପରି କ୍ରମାଗତ ଭାବେ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ନିବେଶ ହ୍ରାସ ସହ ରିଲାଏନ୍ସ ଇଣ୍ଡଷ୍ଟ୍ରି ଏବଂ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ଭଳି ନିବେଶକ ସଂସ୍ଥାର ନିବେଶ ବଡ ଧରଣରେ ହ୍ରାସ ଘଟିବାରୁ ବଜାରରେ ଏକ ପ୍ରକାର ମାନ୍ଦାବସ୍ଥା ସୃଷ୍ଟି ହୋଇଥିଲାବେଳେ ବିଏସ୍‌ଇ ଓ ଏନ୍‌ଏସ୍‌ଇ ପଞ୍ଜୀକୃତ ନିବେଶକ କମ୍ପାନୀଗୁଡିକର ବଡ ଧରଣ ହ୍ରାସ ହୋଇଥିବାବେଳେ ଇଣ୍ଡସ୍‌ଇଣ୍ଡ ବ୍ୟାଙ୍କ, ଏସ୍‌ବିଆଇ, ଏଚ୍‌ୟୁଏଲ୍‌, ଏଚ୍‌ଡିଏଫ୍‌ସି ଏବଂ ବଜାଜ ଫାଇନାନ୍ସ ଭଳି ନିବେଶକ ବଡ ଧରଣର କ୍ଷତି ସହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri