ନିବେଶକ ହରାଇଲେ ୯ ଲକ୍ଷ କୋଟି

ମୁମ୍ବାଇ,୭।୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସାଙ୍ଗକୁ ଭାରତୀୟ ମୁଦ୍ରାର ମୂଲ୍ୟ ହ୍ରାସ ଓ ନୂତନ ଚାଇନା ଭୂତାଣୁ ଏଚ୍‌ଏମ୍‌ପିଭିର ପ୍ରାଥମିକ ପ୍ରଭାବ ଯୋଗୁ ଭାରତୀୟ ପୁଞ୍ଜି ବଜାର ବେଶ୍‌ ପ୍ରଭାବିତ ହୋଇଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ପ୍ରାୟ ୯ ଲକ୍ଷ କୋଟି ଟଙ୍କାର ନିବେଶ ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ ଶେଷ ସୁଦ୍ଧା ହରାଇଛନ୍ତି।
ଉଲ୍ଲେଖଯୋଗ୍ୟ, ସୋମବାର ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର କାରବାର ଶେଷ ସୁଦ୍ଧା ଶେୟାର ବଜାରର ନିବେଶକ ପ୍ରାୟ ୯ ଲକ୍ଷ କୋଟି (୮,୮୮, ୨୬୩.୯୧ କୋଟି)ର ନିବେଶ ହରାଇ ୪୪,୨୪୫,୫୮୪.୯୬ କୋଟିରେ ପହଞ୍ଚତ୍ଛି। ଏପରିକି ପୂର୍ବ କାର୍ଯ୍ୟ ଦିବସ ଶେଷ ସୁଦ୍ଧା ବଜାର ପୁଞ୍ଜି ୪୫,୧୩୩,୮୪୮.୮୭ କୋଟିରେ ରହିଥିଲା। ସେହିଭଳି ୩୦ ଶେୟାର ବିଶିଷ୍ଟ ସେନସେକ୍ସ କାରବାର ୧,୫୯% ହ୍ରାସ ଘଟି ୭୭,୯୬୪.୯୯ ଅଙ୍କରେ ରହିଥିଲାବେଳେ ନିଫ୍ଟିର କାରବାର ୧.୬୨% କମି ୨୩,୬୧୬.୦୫ ଅଙ୍କରେ ବନ୍ଦ ହୋଇଥିଲା। ଏପରିକି ବିଏସଇ ମିଡକ୍ୟାପର କାରବାର୨.୪% ଏବଂ ସ୍ମଲକ୍ୟାପର କାରବାର ପ୍ରାୟ ୩% ହ୍ରାସ ହୋଇଥିଲା। ସେହିପରି ନିଫ୍ଟି ମିଡକ୍ୟାପର କାରବାର ୨.୭୦% କମି ୫୬,୩୬୬.୯୫ ଅଙ୍କରେ ରହିଥିଲାବେଳେ ସ୍ମଲକ୍ୟାପର କାରବାର ୩.୦୭% ହ୍ରାସ ଘଟି ୮୭୩୬.୪୦ ଅଙ୍କରେ ବନ୍ଦ ହୋଇଥିଲା। ଏପରିକି ନିଫ୍ଟି ବ୍ୟାଙ୍କ ୨.୦୯% କମି ୪୯,୯୨୨.୦୦ ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ପିଏସୟୁ ବ୍ୟାଙ୍କ, ମେଟାଲ, ଶକ୍ତି, ରିଅଲିଟି ଭଳି ପ୍ରମୁଖ ନିବେଶକ ବଡ ଧରଣର କ୍ଷତି ସହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri