ନିବେଶକ ହରାଇଲେ ୯ଲକ୍ଷ କୋଟି

ମୁମ୍ବାଇ,୮।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧି ଜନିତ ମାନ୍ଦାବସ୍ଥାର ପ୍ରଭାବ ଭାରତୀୟ ପୁଞ୍ଜି ବଜାର କାରବାର ଉପରେ ପଡୁଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ବଡ ଧରଣର କ୍ଷତି ସହୁଛନ୍ତି। ଏପରିକି ଦିନକରେ ଶେୟାର ବଜାର ନିବେଶକ ପ୍ରାୟ ୯ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଛନ୍ତି। ପୂର୍ବ ଦିନର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୪୬୧ ଲକ୍ଷ କୋଟି ଥିଲା। ସୋମବାର ଶେୟାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୯ ଲକ୍ଷ କୋଟି ହ୍ରାସ ହୋଇ ୪୫୨ ଲକ୍ଷ କୋଟିରେ ପହଞ୍ଚତ୍ଛି। ଅପରପକ୍ଷରେ କ୍ରମାଗତ ଭାବେ ଘରୋଇ ଶେୟାର ବଜାର ହ୍ରାସ କାରଣରୁ ଗତ ୬ଟି କାର୍ଯ୍ୟ ଦିବସ ମଧ୍ୟରେ ବଜାର ପୁଞ୍ଜି ପ୍ରାୟ ୨୫ ଲକ୍ଷ କୋଟି ହ୍ରାସ ଘଟିଛି। ଏପରିକି ଗତ ସପ୍ତାହରେ ଘରୋଇ ପୁଞ୍ଜି ବଜାରର ପରିମାଣ ୪୭୭ ଲକ୍ଷ କୋଟି ଥିଲାବେଳେ ଚଳିତ ସପ୍ତାହର ପ୍ରଥମ ଦିନର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୪୫୨ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ଘରୋଇ ଶେୟାର ବଜାରର ଉଭୟ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ)ର କାରବାର ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସରେ ମଧ୍ୟ ହ୍ରାସ ଘଟିଛି। ଏପରିକି ୩୦ ଶେୟାର ବିଶିଷ୍ଟ ବିଏସଇ ସେନସେକ୍ସ ୬୦୦ ପଏଣ୍ଟରୁ ଅଧିକ ହ୍ରାସ ଘଟି ୮୧,୦୫୦ ଅଙ୍କରେ କାରବାର ବନ୍ଦ କରିଥିଲାବେଳେ ନିଫ୍ଟ-୫୦ରେ ମଧ୍ୟ କାରବାର ୦.୮୭% କମି ପ୍ରାୟ ୨୪, ୭୯୬ ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସଇ ମିଡକ୍ୟାପର କାରବାର ୧.୮୫% ଏବଂ ସ୍ମଲକ୍ୟାପର କାରବାରରେ ୩.୨୭ % ହ୍ରାସ ଘଟିଛି।
ସେହିଭଳି ନିଫ୍ଟି ମିଡକ୍ୟାପ କାରବାର ୨.୦୧% କମି ୫୭,୩୦୦.୨୦ ଅଙ୍କରେ ଥିଲାବେଳେ ସ୍ମଲକ୍ୟାପ ୨.୫୮% ହ୍ରାସ ଘଟି ୮୮୦୪.୪୫ ଅଙ୍କରେ ପହଞ୍ଚତ୍ଛି। ସେହିପରି ନିଫ୍ଟି ବ୍ୟାଙ୍କର କାରବାର ୧.୯୧ % କମି ୫୦,୪୭୮.୯୦ ଅଙ୍କରେ କାରବାର ବନ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନ! ୧୭ ଅଗଷ୍ଟ ପର୍ଯ୍ୟନ୍ତ ରହିବନି କୌଣସି ପ୍ରକାରର ଟେନସନ, ୩ ରାଶିରେ ଟଙ୍କା ବର୍ଷା…

ଗ୍ରହରାଜ ସୂର୍ଯ୍ୟଦେବ, ଅଶ୍ଲେଷା ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଯାହାର ସ୍ୱାମୀ ନିଜେ ସ୍ୱୟଂ ବୁଧ ଦେବ ଅଟନ୍ତି । ଏହି ନକ୍ଷତ୍ରରେ ସୂର୍ଯ୍ୟ ଦେବ…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ଗ୍ରୀକ୍‌ ଓ ଭାରତୀୟ ନାଟ୍ୟକଳାରେ ବିବିଧତା

ଚୀନ ଗ୍ରୀସ୍‌ ଓ ଭାରତର ନାଟ୍ୟକଳା ଭଳି ଦୁଇଟି ମହାନ୍‌ ଶାସ୍ତ୍ରୀୟ ପରମ୍ପରା ମାଧ୍ୟମରେ ନାଟ୍ୟକଳାର ଇତିହାସ ପ୍ରାୟତଃ ବର୍ଣ୍ଣନା କରାଯାଏ। ଉଭୟ ପରମ୍ପରା କାହାଣୀ, ଅଭିନୟ,…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri