ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ସହ ଆମେରିକାର ମୁଦ୍ରାସ୍ଫୀତ ହାର କମିବା ଯୋଗୁ ଭାରତୀୟ ପୁଞ୍ଜିବଜାରରେ ବଡ ଧରଣରେ କ୍ଷତି ପହଞ୍ଚତ୍ଛି।
ଚଳିତ ସପ୍ତାହର ଶେଷ ୫ଟି କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ୧୮ ଲକ୍ଷ କୋଟିରୁ ଅଧିକ (୧୮,୪୩,୧୨୧,୨୩ କୋଟି) ଟଙ୍କାର ନିବେଶ ହରାଇଛନ୍ତି। ଫଳରେ ପୁଞ୍ଜିବଜାରର ବଜାର ପୁଞ୍ଜି ଶୁକ୍ରବାରର କାରବାର ଶେଷ ସୁଦ୍ଧା ୪,୪୦,୯୯,୨୧୭.୩୨ କୋଟି (୫.୧୮ ଟ୍ରିଲିୟନ ଡଲାର) ରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ଚଳିତ ସପ୍ତାହର ସୋମବାରରୁ ଶୁକ୍ରବାର କାର୍ଯ୍ୟଦିବସ ମଧ୍ୟରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର କାରବାରରେ ମଧ୍ୟ କ୍ରମାଗତ ଭାବେ ପରିବର୍ତ୍ତନ ହେଉଛି। ଏପରିକି ଏହି ୫ଟି କାର୍ଯ୍ୟ ଦିବସ ମଧ୍ୟରେ ବିଏସ୍‌ଇ ସେନ୍‌ସେକ୍ସ ପ୍ରାୟ ୪୧୦୦ ପଏଣ୍ଟ ( ୪୦୯୧ ପଏଣ୍ଟ) ହ୍ରାସ ଘଟିଥିଲାବେଳେ ଏହି ସମୟ ମଧ୍ୟରେ ନିଫ୍ଟିର କାରବାରରେ ପ୍ରାୟ ୧୨୦୦ ପଏଣ୍ଟ କମିଛି।
ସେହିଭଳି ଚଳିତ ସପ୍ତାହର ଶୁକ୍ରବାର କାର୍ଯ୍ୟଦିବସ ଶେଷ ସୁଦ୍ଧା ୩୦ଶେୟାର ବିଶିଷ୍ଠ ବିଏସ୍‌ଇ ସେନ୍‌ସେକ୍ସର କାରବାର ୧.୪୯% ହ୍ରାସ ଘଟି ୭୮,୦୪୧.୫୯ ଅଙ୍କରେ ରହିଥିଲାବେଳେ ନିଫ୍ଟିର କାରବାର ୧.୫୨% ଘଟି ୨୩,୫୮୭.୫୦ଅଙ୍କରେ ରହିଛି।
ସେହିପରି ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ ଏବଂ ସ୍ମଲକ୍ୟାପ କାରବାରରେ ମଧ୍ୟ ପ୍ରାୟ ୨% ଲେଖାଏ ପରିବର୍ତ୍ତନ ହୋଇଛି। ଏପରିକି ନିଫ୍ଟି ମିଡ୍‌କ୍ୟାପ୍‌ର କାରବାର ୨.୮୨% ପଏଣ୍ଟ ହ୍ରାସ ଘଟି ୫୬,୯୦୬.୭୫ ଅଙ୍କରେ ଥିଲାବେଳେ ସ୍ମଲକ୍ୟାପ୍‌ର କାରବାର ୨.୭୫% ହ୍ରାସ ଘଟି ୮୯୨୫.୮୫ ଅଙ୍କରେ ପହଞ୍ଚତ୍ଛି। ଅପରପକ୍ଷରେ ନିଫ୍ଟି ବ୍ୟାଙ୍କର କାରବାର ୧.୫୮% ହ୍ରାସ ଘଟି ୫୦,୭୫୯.୨୦ ଅଙ୍କରେ ରହିଛି। ଏପରିକି ସେକ୍ଟରାଲ କ୍ଷେତ୍ରରେ ମଧ୍ୟ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଓ ନିଫି୍ଟର ନିବେଶକମାନେ ବଡ ଧରଣର କ୍ଷତି ସହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri