ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ୍‌ ବଜାର ଉପରେ ପଡିଛି। ଫଳରେ କ୍ରମାଗତ ଭାବେ ଘରୋଇ ଶେୟାର ବଜାରର କାରବାରରେ ହ୍ରାସ ଘଟୁଛୁ। ଚଳିତ ସପ୍ତାହର ଶେଷ ଦିନରେ ବଡ ଧରଣର ହ୍ରାସ ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) କାରବାରରେ ଦେଖିବାକୁ ମିଳିଛି। ଏପରିକି ଦିନକରେ ପୁଞ୍ଜିବଜାରର ନିବେଶକ ପ୍ରାୟ ୫ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇଛନ୍ତି। ଉଲ୍ଲେଖଯୋଗ୍ୟ, ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସ ୧.୨୪%ର କାରବାର ସହ ୮୧,୧୮୩.୯୩ ଅଙ୍କରେ ଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟରେ ୧.୧୭% କାରବାର ସହ ୨୪,୮୫୨.୧୫ ଅଙ୍କରେ ଶେଷ କରିଥିଲା। ଫଳରେ ଶୁକ୍ରବାରର କାରବାର ଶେଷ ସୁଦ୍ଧା ପୁଞ୍ଜି ବଜାର ୫,୪୯,୯୨୫.୧୬ କୋଟି ଟଙ୍କା ହ୍ରାସ ପାଇ ୪,୬୦,୧୮,୯୭୬.୦୯ କୋଟିରେ ପହଞ୍ଚତ୍ଛି। ସେହିଭଳି ଚଳିତ ସପ୍ତାହର ଶେଷ ଦିନରେ ରିଲାଏନ୍ସ ଇଣ୍ଡଷ୍ଟ୍ରି ସର୍ବାଧିକ କ୍ଷତି ସହିଥିବାବେଳେ ବ୍ୟାଙ୍କ ଏବଂ ଅଟୋ ଶିଳ୍ପ ଭଳି ନିବେଶକମାନେ ବଡ ଧରଣର ନିବେଶ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?