ନିବେଶକ ହରାଇଲେ ୧୦ ଲକ୍ଷ କୋଟି

ମୁମ୍ବାଇ,୧୩।୨: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ପୁଞ୍ଜିବଜାର ଏବଂ ଷ୍ଟକ୍‌ ମାର୍କେଟ କାରବାର ଉପରେ ପଡୁଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ପ୍ରତିଦିନ ବହୁ ଲକ୍ଷ କୋଟି ଟଙ୍କାର ନିବେଶ ହରାଉଛନ୍ତି। ଗୋଟିଏ ପଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ନୀତି ଓ ନିଷ୍ପତ୍ତି ବୈଶ୍ୱିକ ବଜାରରେ ପ୍ରଭାବ ପକାଉଥିବାବେଳେ ବିଦେଶୀ ନିବେଶକମାନେ ଘରୋଇ ପୁଞ୍ଜିବଜାରରୁ ନିବେଶ ପ୍ରତ୍ୟାହର କରିବା ଏବଂ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ଯୋଗୁ ଷ୍ଟକ୍‌ ବଜାରର କାରବାର ବିଶେଷ ଭାବେ ପ୍ରଭାବିତ ହେଉଛି ବୋଲି ବଜାର ବିଶେଷଜ୍ଞମାନେ ଆଶପ୍ରକଟ କରିଛନ୍ତି।
ସେହିଭଳି ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର କାରବାର କ୍ରମାଗତ ଭାବେ ହ୍ରାସ ଘଟୁଛି। ଫଳରେ ନିବେଶକ ନିରାଶ ଓ ଆଶଙ୍କ ମଧ୍ୟରେ ନିବେଶ କରୁଛନ୍ତି।
ଚଳିତ ସପ୍ତାହର ଦ୍ୱିତୀୟ କାର୍ଯ୍ୟଦିବସର ଫଳାଫଳ ଶେଷ ସୁଦ୍ଧା ପୁଞ୍ଜିବଜାରର ନିବେଶକମାନେ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ପୂର୍ବ କାର୍ଯ୍ୟଦିବସର ଫଳାଫଳ ଶେଷ ସୁଦ୍ଧା ବଜାର ପୁଞ୍ଜି ୪୧୮ ଲକ୍ଷ କୋଟି ଥିଲା। ମଙ୍ଗଳବାରର ବଜାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୧୦ (୯.୮୭ ଲକ୍ଷ କୋଟି) ଲକ୍ଷ କୋଟି କମି ୪୦୮ ( ୪୦୭.୯୫ ଲକ୍ଷ କୋଟି ) ଲକ୍ଷ କୋଟିରେ ପହଞ୍ଚତ୍ଛି।
ସେହିପରି ମଙ୍ଗଳବାର ୩୦ ଶେୟାର ବିଶିଷ୍ଠ ବିଏସ୍‌ଇ ସେନ୍‌ସେକ୍ସର କାରବାର ୧.୩୨% ହ୍ରାସ ଘଟି ୭୬,୨୯୩.୬୦ ଅଙ୍କରେ ରହିଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟିର କାରବାର ୧.୩୨% କମି ୨୩,୦୭୧.୮୦ ଅଙ୍କରେ କାରବାର ବନ୍ଦ ହୋଇଥିଲା। ଏପରିକି ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପରେ ୩.୪୫% ଏବଂ ସ୍ମଲକ୍ୟାପରେ ୩% କାରବାର ହ୍ରାସ ଘଟିଛି। ଅପରପକ୍ଷରେ ନିଫ୍ଟି ମିଡକ୍ୟାପର କାରବାର ୩.୦୨% କମି ୫୦,୮୮୭.୯୫ ଅଙ୍କରେ ଏବଂ ସ୍ମଲକ୍ୟାପରେ ୩.୫୦% ହ୍ରାସ ଘଟି ୭୭୪୬.୨୦ ଅଙ୍କରେ ରହିଛି। ନିଫ୍ଟି ବ୍ୟାଙ୍କର କାରବାରରେ ୫୭୭.୬୦ ପଏଣ୍ଟ ହ୍ରାସ ଘଟି ୪୯,୪୦୩.୪୦ ଅଙ୍କରେ କାରବାର ବନ୍ଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri