କୋଭିଡ୍‌ ନିୟମ ଉଲ୍ଲଂଘନ କରି ମନ୍ଦିର ପ୍ରତିଷ୍ଠା ଘଟଣା: ନାଏବ ସରପଞ୍ଚଙ୍କ ସମେତ ୧୧ ଗିରଫ

ପୋଲସରା,୧୧ା୭(ଡି.ଏନ.ଏ.)- ରାଜ୍ୟରେ ଗଞ୍ଜାମ ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି। ମାତ୍ର କୋଭିଡ୍‌ ନିୟମ ଉଲ୍ଲଂଘନ କରି ପୋଲସରା ବ୍ଲକ ଜା.ଡ଼େଙ୍ଗାପଦର ପଞ୍ଚାୟତ ମର୍ଦ୍ଦରାଜପୁର ଗ୍ରାମରେ ଏକ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏନେଇ ପୋଲସରା ବିଡିଓ ଶମ୍ଭୁନାଥ ନନ୍ଦି ଶନିବାର ଥାନାରେ ଏତଲା ଦେବାପରେ ମାମଲା (ନଂ.୧୭୧/୨୦) ରୁଜୁକରି ନାଏବ ସରପଞ୍ଚ କୃଷ୍ଣଚନ୍ଦ୍ର ଜେନା ଓ ପୁରୋହିତଙ୍କ ସମେତ ୧୧ଜଣଙ୍କୁ ଗିରଫ କରାଯାଇଛି।
ପ୍ରକାଶ ଯେ, ମର୍ଦ୍ଦରାଜପୁର ଗ୍ରାମରେ ୭ଦିନ (ଗତ ୨ରୁ ୮ ତାରିଖ)ଧରି ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏନେଇ ଅନୁଷ୍ଠିତ କଳସ ଶୋଭାଯାତ୍ରାରେ ପ୍ରାୟ ୫ ଶହରୁ ଊର୍ଦ୍ଧ୍ୱ ମହିଳା, ପୁରୁଷ ଓ ଶିଶୁ ଏକାଠି ହୋଇ ନଦୀଘାଟକୁ ଯାଇଥିଲେ। ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ଭଳି ନିୟମକୁ କେହି ମାନି ନ ଥିଲେ। ଗ୍ରାମର ଜଣେ ବ୍ୟକ୍ତି ଆକୁଳ ସ୍ବାଇଁ ଏହାର ପ୍ରତିବାଦ କରିବାରୁ ସରପଞ୍ଚ ସୂର୍ଯ୍ୟ ଜେନାଙ୍କ ପୁଅ ନାଏବ ସରପଞ୍ଚ କୃଷ୍ଣଚନ୍ଦ୍ର ତାଙ୍କୁ ଆକ୍ରମଣ କରିଥିଲେ। ଆକୁଳ ଏନେଇ ପୋଲସରା ଥାନାରେ ମଧ୍ୟ ଲିଖିତ ଅଭିଯୋଗ କରିଥିଲେ। ନଂ.୧୬୭/୨୦ରେ ମାମଲା ରୁଜୁ କରି ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ତଦନ୍ତ ଚଳାଇଥିଲେ। ଇତିମଧ୍ୟରେ ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ ପରେ ବିଡିଓ ନନ୍ଦି ନାଏବ ସରପଞ୍ଚଙ୍କ ବିରୋଧରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ନେଇ ଥାନାରେ ଏତଲା ଦେଇଥିଲେ। ସନ୍ଧ୍ୟାରେ ପୋଲିସ ଗଁାରେ ପହଞ୍ଚତ୍ ନାଏବ ସରପଞ୍ଚ ଓ ପୁରୋହିତଙ୍କ ସମେତ ୧୧ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?