ଆସିଲା ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ: ଦିଲ୍ଲୀ ଯିବେ ଲକ୍ଷପତି ଦିଦି ଏସ ଜ୍ୟୋତି, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର,୪।୮ (ଦିଲ୍ଲୀପ ସାମଲ): ଅଗଷ୍ଟ ୧୫ ତଥା ସ୍ବାଧିନତା ଦିବସରେ ଦିଲ୍ଲୀରେ ଆୟୋଜିତ ସ୍ବତନ୍ତ୍ରକାର୍ଯ୍ୟକ୍ରମରେ ଯୋଗଦେବେ ଗଞ୍ଜାମ ଜିଲାର ଲକ୍ଷପତି ଦିଦି ତଥା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ କାଳିଆବାଲି ଗ୍ରାମର ଏସ. ଜ୍ୟୋତି ରେଡ୍ଡୀ । ଏଥିଲାଗି ତାଙ୍କୁ ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ଆସିଛି । ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି । ସୋମବାର ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷଠାରେ ଏସ. ଜ୍ୟୋତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ । ଏହା ସହ ସେ ଗଞ୍ଜାମର ନାମ ରଖିଥିବା କଥା ମଧ୍ୟ ଜିଲାପାଳ ତାଙ୍କୁ କହିଛନ୍ତି। ଏହି ଅବସରରେ ଓଡ଼ିଶା ଜୀବିକା ମିଶନର ଡିପିଏମ ସନ୍ତୋଷ ରଥ ଓ ଛତ୍ରପୁର ବ୍ଲକର ବିପିଏମ ମାନୀନୀ ଜେନାଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ସେହିପରି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ସୂଚନାଥାଉ କି, ଏସ. ଜ୍ୟୋତି ରେଡ୍ଡୀ ନିଜେ ସାମ୍ବଲମ୍ବୀ ହେବା ସହିତ ଅନ୍ୟମାନଙ୍କୁ ରୋଜଗାର ପନ୍ଥା ଦେଖାଇଛନ୍ତି । ତାଙ୍କର କର୍ତ୍ତବ୍ୟନିଷ୍ଠ ଓ ପରିଶ୍ରମ ବଳରେ ସେ ଲକ୍ଷପତି ଦିଦି ହେବାର ସେ ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ପ୍ରଥମେ ୨୦୦୮ରେ ମା ସମଲେଶ୍ୱରୀ ସ୍ବୟଂ ସହାୟିକା ଗୋଷ୍ଠୀରେ ସାମିଲ ହୋଇ ଘରକୁ ଘର ବୁଲି ବିଦ୍ୟୁତ ଦେୟ ସଂଗ୍ରହ କରୁଥିଲେ । ପରେ ମିଶନ ଶକ୍ତି ଜରିଆରେ ନିଜେ ଋଣ ନେଇ କୁକୁଡା ଚାଷ, ମାଛ ଚାଷ ଆଦି କରି ଉତ୍ତମ ରୋଜଗାର କରିପାରିଛନ୍ତି । ଏବେ ତାଙ୍କର ବାର୍ଷୀକ ଆୟ ୪ ଲକ୍ଷରୁ ଅଧିକ ଥିବା ଯୋଗୁଁ ସେ ଲକ୍ଷପତି ଦିଦି ହୋଇପାରିଛନ୍ତି। ଏଣୁ ତାଙ୍କୁ ଅଗଷ୍ଟ ୧୫ ତାରିଖ ଦିନ ରାଷ୍ଟ୍ରପତିଙ୍କ ଭବନକୁ ଯିବା ପାଇଁ ନିମନ୍ତ୍ରଣ ଆସିଛି । ସେ ଏଥିରେ ବହୁତ ଖୁସି ଥିବା ସହ ଜିଲା ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀଙ୍କ ସହଯୋଗ ଏବଂ ନିଜ ଉଦମ୍ୟ ଇଚ୍ଛାଶକ୍ତି ଯୋଗୁଁ ଏହା ସମ୍ଭବ ହୋଇପାରିଥିବା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri