Posted inଜାତୀୟ

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ମିଳିନି ନିମନ୍ତ୍ରଣ: ୨୨ ଜାନୁଆରୀରେ କରିବି ଗୋଦାବରୀ ନଦୀରେ ଆରତି,କହିଲେ ଉଦ୍ଧବ…

ମୁମ୍ବାଇ,୬।୧ : ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ଲୋକଙ୍କୁ ଦ୍ୱାର ଦେଶରେ ନିମନ୍ତ୍ରଣ କରାଯାଉଛି। ବାଲାସାହେବ ଉଦ୍ଧବ ଠାକରେଙ୍କ ଶିବସେନା ଏପର୍ଯ୍ୟନ୍ତ ଏହି କାର୍ଯ୍ୟ ପାଇଁ ନିମନ୍ତ୍ରଣ ପାଇନାହିଁ । ଏହି ସମୟରେ ଦଳର ମୁଖ୍ୟ ଉଦ୍ଧବ ଠାକରେ କହିଛନ୍ତି ଦଳର ନେତାମାନେ ଜାନୁଆରୀ ୨୨ ରେ ନାଶିକର କାଲାରାମ ମନ୍ଦିର ପରିଦର୍ଶନ କରିବେ ଏବଂ ଗୋଦାବରୀ ନଦୀ କୂଳରେ ମହା ଆରତି କରିବେ।
ଯେତେବେଳେ ମୋ ଇଛା ହେବ ମୁଁ ଅଯୋଧ୍ୟା ଯିବି।

ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଏକ ଗର୍ବ ଏବଂ ଆତ୍ମ ସମ୍ମାନର ବିଷୟ। ସେଦିନ ଆମେ ସନ୍ଧ୍ୟା ସାଢ଼େ ୬ଟାରେ କାଲାରାମ ମନ୍ଦିରକୁ ଯିବୁ। ଆମେ ସନ୍ଧ୍ୟା ସାଢ଼େ ୭ଟାରେ ଗୋଦାବରୀ ନଦୀ କୂଳରେ ମହା ଆରତି କରିବୁ।

ନାଶିକର ପଞ୍ଚାବଟି ଅଞ୍ଚଳରେ ଅବସ୍ଥିତ କାଲାରାମ ମନ୍ଦିର ଭଗବାନ ରାମଙ୍କୁ ସମର୍ପିତ କରାଯାଇଛି। ମନ୍ଦିରର ନାମ କଳା ପଥରରେ ନିର୍ମିତ ଭଗବାନ ରାମଙ୍କ ମୂର୍ତ୍ତିରୁ ସୃଷ୍ଟି ହୋଇଛି। ବିଶ୍ୱାସ କରାଯାଏ ପ୍ରଭୁ ରାମ ତାଙ୍କ ବନବାସ ସମୟରେମାତାସୀତା ଏବଂ ଭାଇ ଲକ୍ଷ୍ମଣଙ୍କ ସହିତ ଏଠାରେ ଥିଲେ। ୧୯୩୦ ମସିହାରେ ଡକ୍ଟର ଆମ୍ବେଡକର କାଲାରାମ ମନ୍ଦିରରେ ଏକ ବିରୋଧ ପ୍ରଦର୍ଶନ କରି ଦଲିତଙ୍କର ମନ୍ଦିରରେ ପ୍ରବେଶ କରିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri