ବିଶ୍ୱକପ୍‌ ହକି ପାଇଁ ଆଉ ୩ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ଆସନ୍ତା ୨୦୨୩ ଜାନୁୟାରୀ ୧୩ରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏହି ବିଶ୍ୱ କ୍ରୀଡ଼ା ଦେଖିବାକୁ ଓଡ଼ିଶା ଆମନ୍ତ୍ରଣ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ରାଜ୍ୟର ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ଗତ ୩ ଦିନ ମଧ୍ୟରେ ୧୪ ଜଣ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିବା ବେଳେ ଶୁକ୍ରବାର ଆଉ ୩ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂଙ୍କୁ ଭେଟି ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣ କରିଛନ୍ତି। ମନ୍ତ୍ରୀ ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ସହିତ ରୂପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି।
ସେହିପରି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଥିରୁଭାନନ୍ତପୁରମ୍‌ଠାରେ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନଙ୍କୁ ସାକ୍ଷାତ୍‌ କରି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହକି ବିଶ୍ୱକପ୍‌କୁ ଆସିବା ଲାଗି ନିମନ୍ତ୍ରଣ ପତ୍ର ଓ ଜର୍ସି ପ୍ରଦାନ କରିଛନ୍ତି। ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲାଙ୍କୁ ରାୟପୁରଠାରେ ସାକ୍ଷାତ୍‌ କରି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣ ପତ୍ର, ଜର୍ସି ସହିତ ରୁପାର ଏକ ଅଶୋକ ଚକ୍ର ପ୍ରଦାନ କରି ନିମନ୍ତ୍ରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri