ହକି ବିଶ୍ୱକପ୍‌ ପାଇଁ ୪ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୩ା୧(ବ୍ୟୁରୋ):ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଏହି ବିଶ୍ୱ କ୍ରୀଡ଼ା ଦେଖିବାକୁ ଓଡ଼ିଶା ଆମନ୍ତ୍ରଣ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ରାଜ୍ୟର ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ଇତିମଧ୍ୟରେ ୧୭ ଜଣ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିବା ବେଳେ ସୋମବାର ଆଉ ୪ ଜଣ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଚଣ୍ଡିଗଡ଼ଠାରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କୁ ସାକ୍ଷାତ କରି ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ସେ ମାନ୍‌ଙ୍କୁ ନିମନ୍ତ୍ରଣପତ୍ର, ଜର୍ସି ଓ ରୁପାର ଅଶୋକଚକ୍ର ପ୍ରଦାନ କରିଛନ୍ତି।
ସେହିପରି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ କୋଲକାତାଠାରେ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହକି ବିଶ୍ୱକପ୍‌କୁ ଆସିବା ପାଇଁ ନିମନ୍ତ୍ରଣପତ୍ର ଓ ଜର୍ସି ପ୍ରଦାନ କରିଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ନୂଆଦିଲ୍ଲୀଠାରେ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣପତ୍ର, ଜର୍ସି ସହିତ ରୁପାର ଏକ ଅଶୋକଚକ୍ର ପ୍ରଦାନ କରି ନିମନ୍ତ୍ରଣ କରିଛନ୍ତି। ଶ୍ରମ ଓ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଓଡ଼ିଶାରେ ହେବାକୁ ଥିବା ହକି ବିଶ୍ୱକପ୍‌ ଦେଖିବା ପାଇଁ ନିମନ୍ତ୍ରଣ କରିଛନ୍ତି। ମମତା ଜରୁରୀ କାମ ଯୋଗୁ ଆସି ନ ପାରିବାରୁ ତାଙ୍କ ବଦଳରେ ପଶ୍ଚିମବଙ୍ଗ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ନିମନ୍ତ୍ରଣପତ୍ର, ଜର୍ସି ଓ ରୁପାର ଅଶୋକଚକ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri