ହକି ବିଶ୍ୱକପ୍‌ ପାଇଁ ୪ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୩ା୧(ବ୍ୟୁରୋ):ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଏହି ବିଶ୍ୱ କ୍ରୀଡ଼ା ଦେଖିବାକୁ ଓଡ଼ିଶା ଆମନ୍ତ୍ରଣ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ରାଜ୍ୟର ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ଇତିମଧ୍ୟରେ ୧୭ ଜଣ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିବା ବେଳେ ସୋମବାର ଆଉ ୪ ଜଣ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଚଣ୍ଡିଗଡ଼ଠାରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କୁ ସାକ୍ଷାତ କରି ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ସେ ମାନ୍‌ଙ୍କୁ ନିମନ୍ତ୍ରଣପତ୍ର, ଜର୍ସି ଓ ରୁପାର ଅଶୋକଚକ୍ର ପ୍ରଦାନ କରିଛନ୍ତି।
ସେହିପରି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ କୋଲକାତାଠାରେ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହକି ବିଶ୍ୱକପ୍‌କୁ ଆସିବା ପାଇଁ ନିମନ୍ତ୍ରଣପତ୍ର ଓ ଜର୍ସି ପ୍ରଦାନ କରିଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ନୂଆଦିଲ୍ଲୀଠାରେ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣପତ୍ର, ଜର୍ସି ସହିତ ରୁପାର ଏକ ଅଶୋକଚକ୍ର ପ୍ରଦାନ କରି ନିମନ୍ତ୍ରଣ କରିଛନ୍ତି। ଶ୍ରମ ଓ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଓଡ଼ିଶାରେ ହେବାକୁ ଥିବା ହକି ବିଶ୍ୱକପ୍‌ ଦେଖିବା ପାଇଁ ନିମନ୍ତ୍ରଣ କରିଛନ୍ତି। ମମତା ଜରୁରୀ କାମ ଯୋଗୁ ଆସି ନ ପାରିବାରୁ ତାଙ୍କ ବଦଳରେ ପଶ୍ଚିମବଙ୍ଗ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ନିମନ୍ତ୍ରଣପତ୍ର, ଜର୍ସି ଓ ରୁପାର ଅଶୋକଚକ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?