Posted inଜାତୀୟ

ରାମ ମନ୍ଦିର ଭୂମିପୂଜା ପାଇଁ ଆଡଭାନୀ, ଜୋଶୀଙ୍କ ସମେତ ୧୭୫ଲୋକଙ୍କୁ ପଠାଗଲା ନିମନ୍ତ୍ରଣ

ଲକ୍ଷ୍ନୌ,୧।୮: ଅଯୋଧ୍ୟାରେ ଅଗଷ୍ଟ ପ୍ରଥମ ସପ୍ତାହରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିପାଇଁ ରାମନଗରୀ ଏବେ ବିଭିନ୍ନ ରଙ୍ଗରେ ରଙ୍ଗେଇ ହୋଇଛି। ଭୂମିପୂଜା ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। କରୋନା କାଳରେ ଭୂମିପୂଜା ପାଇଁ ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ, ମୁରଲି ମନୋହର ଜୋଶୀ, ଉମା ଭାରତୀ, ବିନୟ କଟିୟାର, ମନ୍ଦିର ଟ୍ରଷ୍ଟର ସଦସ୍ୟ ଓ ଦେଶର ସାଧୁସନ୍ଥଙ୍କ ସମେତ ୧୭୫ ଲୋକଙ୍କୁ ନିମନ୍ତ୍ରଣ ପଠାଯାଇଛି। ତେବେ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ କି କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ କି କୌଣସି ଶିଳ୍ପପତିିଙ୍କୁ ନିମନ୍ତ୍ରଣ ପଠାଯାଇ ନ ଥିବା ଜଣାପଡ଼ିଛି। ସେହିପରି ମଞ୍ଚ ଉପରେ କେବଳ ୬ଜଣଙ୍କ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ମଞ୍ଚ ଉପରେ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଜ୍ୟପାଳ ଆନନ୍ଦୀ ବେନ ପଟେଲ, ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ, ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ନୃତ୍ୟ ଗୋପାଳ ଦାସ ଓ ମହାସଚିବ ଚମ୍ପତ ରାୟ ଉପସ୍ଥିତ ରହିବେ ବୋଲି ନିଷ୍ପତ୍ତି ନିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri