Posted inଜାତୀୟ

ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଯୋଗଦେବାକୁ ଆମନ୍ତ୍ରଣ

ନୂଆଦିଲ୍ଲୀ,୧୭।୧: ଆସନ୍ତା ଜୁନରେ ବ୍ରିଟେନରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଯୋଗ ଦେବାକୁ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସ୍‌ନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରଣ କରିଛନ୍ତି। ବିଶ୍ବର ପ୍ରମୁଖ ଗଣତାନ୍ତ୍ରିକ ବିକଶିତ ଦେଶଙ୍କ ସଂଗଠନ ହେଲା ଜି-୭ । ଏହାର ସଦସ୍ୟ ହେଲେ ବ୍ରିଟେନ, ଫ୍ରାନ୍ସ, କାନାଡା, ଜର୍ମାନୀ, ଆମେରିକା, ଇଟାଲି ଓ ଜାପାନ । ଏହା ସହିତ ୟୁରୋପୀୟ ସଂଘ ଜି-୭ର ସଦସ୍ୟ ରହିଛି। ଜି-୭ ସମ୍ମିଳନୀରେ ଅତିଥି ଭାବେ ଭାରତ ବ୍ୟତୀତ ଅଷ୍ଟ୍ରେଲିଆ ଓ ଦକ୍ଷିଣ କୋରିଆକୁ ଆମନ୍ତ୍ରଣ କରାଯାଇଛି। ଭାରତର ସାଧାରଣତନ୍ତ୍ର ଦିବସ ସମାରୋହରେ ଅତିଥି ହେବାକୁ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କୁ ଆମନ୍ତ୍ରଣ କରାଯାଇଥିଲା। ହେଲେ ବ୍ରଟେନରେ ଦେଖାଦେଇଥିବା କୋଭିଡ-୧୯ ନୂତନ ଷ୍ଟ୍ରେନ୍‌ ଯୋଗୁ ପ୍ରଧାନମନ୍ତ୍ରୀ ଜନସନ ନିଜ ଗସ୍ତକୁ ସ୍ଥଗିତ ରଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri