ସୁରକ୍ଷା ବଦଳରେ ବିପଦକୁ ଆମନ୍ତ୍ରଣ

ପଟ୍ଟାମୁଣ୍ଡାଇ, ୨୯ା୫ (ସ୍ବ.ପ୍ର.): ବାତ୍ୟା ଓ ବନ୍ୟା ସମୟରେ ବାସହୀନ, ତଳିଆ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ନିମନ୍ତେ ସରକାର ଅର୍ଥ ବ୍ୟୟ କରି ପଞ୍ଚାୟତଗୁଡ଼ିକରେ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ କରିଛନ୍ତି। ହେଲେ ରକ୍ଷଣାବେକ୍ଷଣ ଅଭାବ ଓ ନିମ୍ନମାନର କାମ ଯୋଗୁ ନିର୍ମାଣ ହୋଇଥିବା ଆଶ୍ରୟସ୍ଥଳ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ସୁରକ୍ଷା ପାଇଁ ହୋଇଥିବା ଆଶ୍ରୟସ୍ଥଳ ଏବେ ଅସୁରକ୍ଷିତ ଅବସ୍ଥାରେ ପଡ଼ିରହି ବିପଦକୁ ଆମନ୍ତ୍ରଣ କରୁଛି। ଏଭଳି ଏକ ଜରାଜୀର୍ଣ୍ଣ ବାତ୍ୟା ଆଶ୍ରୟସ୍ଥଳ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଖଡିଅଣ୍ଟା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ପରିସରରେ। ତେଣୁ ଏହି ବାତ୍ୟା ଆଶ୍ରୟସ୍ଥଳର ଏଭଳି ଅବସ୍ଥା ଦେଖି ଗ୍ରାମବାସୀଙ୍କ ଅସନ୍ତୋଷ ମଧ୍ୟ ତେଜିବାରେ ଲାଗିଛି।
ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟରେ ଗ୍ରାମାଞ୍ଚଳ ଲୋକମାନଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶାସନ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ସ୍ଥାନରେ ୧୯୯୯ ମହାବାତ୍ୟା ପରେ ଆଶ୍ରୟସ୍ଥଳ ନିର୍ମାଣ କରାଯାଇଥିଲା। ସେହିଭଳି ଖଡ଼ଇଣ୍ଟା ଗଁା ସ୍କୁଲ ପରିସରରେ ମଧ୍ୟ ଏକ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ ହୋଇଥିଲା। ଏବେ ସେହି ବାତ୍ୟା ଆଶ୍ରୟସ୍ଥଳ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ୨ ମହଲା ବିଶିଷ୍ଟ ଗୃହଟିରୁ ସିମେଣ୍ଟ ଖଣ୍ଡ ଖସୁଥିବା ବେଳେ ଝରକା କବାଟ ଭାଙ୍ଗି ଯାଇଛି। ବିପତ୍ତି ସମୟରେ ଏଠାରେ ଲୋକମାନେ ଆଶ୍ରୟ ନେବା ଆଉ ସମ୍ଭବପର ନୁହେଁ। ଏହି କୋଠାର ତଳ ମହଲା ଅର୍ଥାତ୍‌ ଗୋରୁଙ୍କ ପାଇଁ ଉଦ୍ଦିଷ୍ଟ ଗୁହାଳଟିରେ କେହି ବସାଉଠା କରିବାକୁ ସାହସ କରୁନାହାନ୍ତି। ଏହାର ପାଖରେ ଖଡ଼ଇଣ୍ଟା ପ୍ରାଥମିକ ବିଦ୍ୟାଳୟ ରହିଛି। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ପିଲା ପାଠ ପଢ଼ୁଛନ୍ତି। ପିଲାମାନେ ସେଠାରେ ଖେଳକୁଦ ମଧ୍ୟ କରୁଛନ୍ତି। କିନ୍ତୁ ଏହି କୋଠାଟି ବିପଦସଙ୍କୁଳ ବୋଲି କୌଣସି ସୂଚନା ଫଳକ ଲଗାଯାଇନାହିଁ। ତେବେ କେତେବେଳେ ଯେ ଦୁର୍ଘଟଣା ଘଟିବ ତାହା କହିହେବ ନାହିଁ। ତେଣୁ ଉକ୍ତ କୋଠାଟିକୁ ମରାମତି କିମ୍ବା ତୁରନ୍ତ ଭାଙ୍ଗି ଦେବା ପାଇଁ ପୂର୍ବତନ ସରପଞ୍ଚ ବେଲାଳସେନ ପରିଡା, ଅଶୋକ ମହାନ୍ତି, ଅଜୟ ନାୟକ, ସୁଶାନ୍ତ ସାମଲ ଓ ପ୍ରଭାକର ସେଠୀଙ୍କ ସମେତ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି। ସେହିପରି ବ୍ଲକର ଅନ୍ୟ ୩୦ଟି ପଞ୍ଚାୟତରେ ଅଧିକାଂଶ ବାତ୍ୟା ଆଶ୍ରୟସ୍ଥଳ ରାଜ୍ୟ ବାହାରର ସାଂସଦ, ସ୍ବେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ଆର୍ଥତ୍କ ସହାୟତାରେ ନିର୍ମାଣ କରାଯାଇଥିଲା। ପ୍ରତିବର୍ଷ ନିୟମିତ ତଦାରଖ ଓ ପରିଚାଳନା ଅଭାବରୁ ବାତ୍ୟା ଆଶ୍ରୟସ୍ଥଳ ପାଇଁ ଉଦ୍ଦିଷ୍ଟ ସରଞ୍ଜାମ କେଉଁଠି ଅଚଳ ତ କେଉଁଠାରେ ଖରାପ ହୋଇ କାର୍ଯ୍ୟରେ ଲାଗୁନାହିଁ। ଏହାର ରକ୍ଷଣାବେକ୍ଷଣ ପାଇଁ କୌଣସି ବିଭାଗ ମୁଣ୍ଡ ଖେଳାଉ ନାହାନ୍ତି। କେବଳ ଲୋକଦେଖାଣିଆ ଭାବେ ବିପର୍ଯ୍ୟୟ ମୁକାବିଲା ନାମରେ ବିପନ୍ନଙ୍କୁ ଉଦ୍ଧାର ଓ ଥଇଥାନ ପାଇଁ ମକ୍‌ଡ୍ରିଲ କରାଯାଉଛି। ବହୁ ଆଶ୍ରୟସ୍ଥଳ ଅନ୍ୟଙ୍କୁ ସୁରକ୍ଷା ଦେବା ପରିବର୍ତ୍ତେ ଅସୁରକ୍ଷିତ ହୋଇପଡ଼ିଛି। ବାତ୍ୟା ଓ ବନ୍ୟା ଆସିଲେ ବିଶେଷକରି ରାଜସ୍ବ ଓ ପଞ୍ଚାୟତିରାଜ ବିଭାଗ ଏଗୁଡ଼ିକର କେବଳ ବ୍ୟବହାର ପାଇଁ ତତ୍ପରତା ଦେଖାଇଥାନ୍ତି। ଅନ୍ୟ ସମୟରେ ଏହି ଆଶ୍ରୟସ୍ଥଳର ଦୁରବସ୍ଥା ସମ୍ପର୍କରେ ସମୀକ୍ଷା କରିବାକୁ କୌଣସି ବିଭାଗ ପାଖରେ ସମୟ ନ ଥାଏ। ଏ ସମ୍ପର୍କରେ ପଟ୍ଟାମୁଣ୍ଡଇ ବିଡିଓ ଶୁଭ୍ରାଂଶୁ ସାହୁଙ୍କୁ ପଚାରିବାରେ ଖୁବ୍‌ଶୀଘ୍ର ଏହି ବାତ୍ୟା ଆଶ୍ରୟସ୍ଥଳର ସ୍ଥିତି ଅନୁଧ୍ୟାନ କରିବା ସହ ତା’ର ମରାମତି ବା ନବୀକରଣ ପାଇଁ ପଦକ୍ଷେପ ନେବେ ବୋଲି ସେ କହିଛନ୍ତି। ତେବେ ଏହି ବାତ୍ୟା ଆଶ୍ରୟସ୍ଥଳର ଅବସ୍ଥା ଏତେ ଖରାପ ହୋଇଛି ଯେ ତାହା ମରାମତି ନୁହେଁ ବରଂ ତାକୁ ଭାଙ୍ଗି ସମ୍ପୂର୍ଣ୍ଣ ନୂଆ ଭାବେ ନିର୍ମାଣ କରାଯିବା ଆବଶ୍ୟକ ବୋଲି ଗ୍ରାମବାସୀ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?