ଯୌତୁକଜନିତ ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ, ଶାଶୁଙ୍କୁ ୭ ବର୍ଷ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୬ା୧: ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୩) ଡା. ଇନ୍ଦୁ ଶର୍ମା ଶୁକ୍ରବାର ଏକ ଯୌତୁକଜନିତ ହତ୍ୟା ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ସ୍ବାମୀଙ୍କୁ ଦଫା ୩୦୨ରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୧୦ ହଜାର ଜରିମାନା କରାଯାଇଛି। ଜରିମାନା ଅନାଦାୟ ଅତିରିକ୍ତ ୧ ବର୍ଷ ସଶ୍ରମ କାରାଦଣ୍ଡରେ ଭୋଗିବାକୁ ନିର୍ଦ୍ଦେଶ ରହିଛି। ଅଭିଯୁକ୍ତ ଜଣଙ୍କ ହେଲେ ସଦର ଥାନା ଅନ୍ତର୍ଗତ ଆଙ୍କୁଶପୁର ଗ୍ରାମର ପ୍ରମୋଦ ଗୌଡ଼(୪୦)। ସେହିପରି ଅନ୍ୟତମ ଅଭିଯୁକ୍ତ ତଥା ମୃତା ମହିଳାଙ୍କ ଶାଶୁ ଦେବକୀ ଗୌଡ଼ଙ୍କୁ ଜଜ୍‌ ଦଫା ୩୦୪(ଖ) ଅନୁଯାୟୀ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ବୋଲି ବୋଲି ଅତିରିକ୍ତ ପିପି ବିକ୍ରମ କୁମାର କୁଣ୍ଡୁ ସୂଚନା ଦେଇଛନ୍ତି।
ଆଙ୍କୁଶପୁରର ପ୍ରମୋଦ ୨୦୧୪ରେ ସସ୍ମିତା ଗୌଡ଼ଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ବିବାହ ପରେ ଅଧିକ ଯୌତୁକ ଦାବି କରି ପ୍ରମୋଦ ଓ ତାଙ୍କ ମା’ ସସ୍ମିତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ସସ୍ମିତାଙ୍କ ବାପଘର ଆର୍ଥିକ ସ୍ଥିତି ଭଲ ନ ଥିବାରୁ ସେ ଅଧିକ ଯୌତୁକ ଟଙ୍କା ଆଣିପାରି ନ ଥିଲେ। ତେଣୁ ବିବାହର ପ୍ରାୟ ୬ମାସ ନ ପୁରୁଣୁ ଅର୍ଥାତ୍‌ ୨୦୧୪ ଅଗଷ୍ଟ ୨୪ ତାରିଖରେ ସ୍ବାମୀ ଓ ଶାଶୁ ମିଶି ସସ୍ମିତାଙ୍କ ଉପରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଏଥିରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ସସ୍ମିତାଙ୍କ ବାପା ମହିଳା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୭୦/୧୪ରେ ମାମଲା ରୁଜୁ କରି ପ୍ରମୋଦ ଓ ତାଙ୍କ ମା’ ଦେବକୀଙ୍କୁ ଘଟଣାର ପରଦିନ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଥାନାଧିକାରୀ ଜ୍ୟୋତ୍ସା କାଉଁରୀ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ଶୁକ୍ରବାର ଉକ୍ତ ମାମଲାର ଶୁଣାଣି ବେଳେ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ପ୍ରମୋଦ ଓ ଜାମିନରେ ଥିବା ଦେବକୀଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୨୩ ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ପକ୍ଷରୁ କୋର୍ଟରେ ଦାଖଲ ହୋଇଥିବା ଚାର୍ଜଶିଟକୁ ଆଧାର କରି ଜଜ ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri