୨୦୦ରୁ ଉର୍ଦ୍ଧ୍ୱ ଲୋକଙ୍କ ସମ୍ପୃକ୍ତି

ବଲାଙ୍ଗୀର ଅଫିସ, ୧୦ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର କ୍ରାଇମ୍‌ବ୍ରାଞ୍ଚସ୍ତରୀୟ ତଦନ୍ତ ନବମ ଦିନରେ ପହଞ୍ଚିଛି। ଏହି ମାମଲାର ୪ ଅଭିଯୁକ୍ତଙ୍କୁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତିନିଦିନିଆ ରିମାଣ୍ଡରେ ଆଣି ଜେରା କରିବା ପରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାତରେ ଲାଗିଥିବା କହିଥିଲା। ଶନିବାର ଅପରାହ୍ଣରେ ୪ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରିବା ପରେ କୋର୍ଟରେ ହାଜର କରି ଜେଲକୁ ପଠାଯାଇଥିଲ। ରବିବାର କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଟାଉନ୍‌ ଥାନାରୁ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ନେଇଥିବା ଜଣାପଡିଛି। ଏହାସହିତ ଏହି ମାମଲାରେ ସମ୍ପୃକ୍ତ ଅନ୍ୟ ତିନିଜଣଙ୍କୁ ପଚରାଉଚରା କରିଛି। କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ଦେବବ୍ରତ ଚକ୍ର ନିର୍ଦ୍ଦିଷ୍ଟ ଭାବେ ସୂଚନା ଦେଇ ନ ଥିଲେ ମଧ୍ୟ ରିମାଣ୍ଡରେ ଆସିଥିବା ଦୁଇ ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ର, ଆଲୋକ ରଞ୍ଜନ ଉଦ୍‌ଗାତା, ଦୁଇ ଜାଲ୍‌ ସାର୍ଟିଫିକେଟ୍‌ ବ୍ୟବହାରକାରୀ ତ୍ରିବିହାରୀ ପଣ୍ଡା ଓ ପରେଶ ବୁଡେକଙ୍କ ସୂଚନା ଆଧାରରେ ଜାଲ୍‌ ସାର୍ଟିଫିକେଟ୍‌ ମାମଲାରେ ସମ୍ପୃକ୍ତ କେବଳ ବଲାଙ୍ଗୀର ଜିଲାର ୨୦୦ରୁ ଉର୍ଦ୍ଧ୍ୱ ଲୋକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିବା ଚର୍ଚ୍ଚାର ବିଷୟ ହୋଇଛି। ଏହି ୨ ଶହରୁ ଉର୍ଦ୍ଧ୍ୱ ଲୋକଙ୍କ ଭିତରେ କେତେଜଣ ଜାଲ୍‌ ସାର୍ଟିଫିକେଟ୍‌ ଦଲାଲ, କିଛି ଜାଲ୍‌ ସାର୍ଟିଫିକେଟ୍‌ ବ୍ୟବହାର କରିଥିବା ଚାକିରିଆ ଏବଂ ଠକେଇର ଶିକାର ହୋଇଥିବା ପୀଡିତଙ୍କ ତାଲିକା ପ୍ରସ୍ତୁତ କରିଛି। ଏତେ ସଂଖ୍ୟକ ଲୋକଙ୍କୁ ଥାନାକୁ ଆଣି ପଚରାଉଚରା କରିବା ପାଇଁ ପୋଲିସ ସହାୟତା ମଗାଯାଇଛି। ଡିଏସ୍‌ପିଙ୍କ ଏଭଳି ସୂଚନା ପରେ ଏହି ଜାଲ୍‌ ସାର୍ଟିଫିକେଟ୍‌ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇଥିବା ଜଣାପଡିଛି। ରାଜ୍ୟ ବାହାରକୁ ଏହାର ଚେର ଲମ୍ବି ଥିବାରୁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ରାଜ୍ୟ ବାହାରକୁ ଯିବାକୁ ପ୍ରସ୍ତୁତ ହେଉଥିବା ଜଣାପଡିଛି। ଜିଲା ଭିତରେ ଗିରଫଦାରୀ ସଂଖ୍ୟା ବଢ଼ିବ ବୋଲି ଚର୍ଚ୍ଚା ହେଉଥିଲେ ମଧ୍ୟ ବଲାଙ୍ଗୀର ଜେଲ ଭିତରେ କଏଦୀଙ୍କ ସଂଖ୍ୟା ବୃଦ୍ଧି ଏବେ ମୁଣ୍ଡବ୍ୟଥାର କାରଣ ପାଲଟିଛି। ବଲାଙ୍ଗୀର ଜିଲା କାରାଗାରରେ ୩୯୨ ଜଣ କଏଦୀ ରହିବା ପାଇଁ ବ୍ୟବସ୍ଥା ରହିଛି। ଏବେ ଏଠାରେ ୪୦୮ ଜଣ କଏଦୀ ରହୁଥିବା ଜେଲ ଅଧିକ୍ଷକ ସର୍ବେଶ୍ୱର ସାହୁ କହିଛନ୍ତି। ଗିରଫଦାରୀ ବଢ଼ିଲେ ସେମାନଙ୍କୁ କେଉଁଠି ରଖାଯିବ ଏହା ଏବେ ଚିନ୍ତାର ବିଷୟ ପାଲଟିଛି। ଏହି କାରଣରୁ କ୍ରାଇମ୍‌ବାଞ୍ଚ ଗିରଫଦାରୀ ଦିଗକୁ ଅଧିକ ଗୁରୁତ୍ୱ ନଦେଇ ଆର୍ଥିକ କାରବାର ଦିଗକୁ ଅଧିକ ଗୁରୁତ୍ୱ ଦେଉଥିବା ଚର୍ଚ୍ଚାର ବିଷୟ ହୋଇଛି। ବଲାଙ୍ଗୀର ପୋଲିସ ଜାଲ୍‌ ସାର୍ଟିଫିକେଟ ମାମଲାରେ ୧୯ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଏହି ମାମଲାର ତଦନ୍ତ ଗତ ୯ ଦିନ ଧରି ଚାଲିଥିଲେ ମଧ୍ୟ ଏଯାବତ୍‌ ଜଣେ ବି ଲୋକଙ୍କୁ ଏନେଇ ଗିରଫ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri