ବିଶ୍ୱକପରେ ପାକିସ୍ତାନର ନୈରାଶ୍ୟଜନକ ପ୍ରଦର୍ଶନ, ମୁଖ୍ୟ ଚୟନକର୍ତ୍ତା ପଦବୀରୁ ଇସ୍ତଫା ଦେଲେ ଇଞ୍ଜାମାମ

ନୂଆଦିଲ୍ଲୀ,୩୦।୧୦: ଚଳିତ ଆଇସିସି ଦିନିକିଆ ବିଶ୍ୱକପରେ ପାକିସ୍ତାନର ନୈରାଶ୍ୟଜନକ ପ୍ରଦର୍ଶନ ପରେ ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ଖେଳାଳି ଇଞ୍ଜାମାମ୍-ଉଲ୍-ହକ୍। ବିଶ୍ୱକପରେ ଦଳ ଆଶାଜନକ ପ୍ରଦର୍ଶନ କରିବାରେ ବିଫଳ ହେବା ପରେ ଅନେକ ଦିଗରୁ ସମାଲୋଚନାର ଶିକାର ହେବାକୁ ପଡୁଛି।

ଇଞ୍ଜାମାମ୍ ତାଙ୍କର ଇସ୍ତଫା ପତ୍ର ପାକିସ୍ତାନ କ୍ରିକେଟ ବୋର୍ଡ ମୁଖ୍ୟ ଜାକା ଅଶ୍ରରଫଙ୍କୁ ପଠାଇଛନ୍ତି। ବିଶ୍ୱକପରେ ପାକିସ୍ତାନ ବର୍ତ୍ତମାନ ସୁଦ୍ଧା ୬ ମ୍ୟାଚ୍ରୁ ପ୍ରଥମ ଦୁଇଟିରେ ବିଜୟୀ ହୋଇଥିବା ବେଳେ ଶେଷ ୪ ମୁକାବିଲାରେ ପରାଜୟ ବରଣ କରିଛି। ଯେଉଁ କାରଣରୁ ଟୁର୍ଣ୍ଣାଟମେଣ୍ଟ ମଝିରୁ ଇଞ୍ଜାମାମ୍ ତାଙ୍କର ପଦ ଛାଡିଛନ୍ତି।

https://twitter.com/sawerapasha/status/1718977033269870630

ଏହାବାଦ ଇଞ୍ଜାମାମ୍ ଙ୍କ ଉପରେ ଦୋୖତସ୍ୱାର୍ଥ ଅଭିଯୋଗ ମଧ୍ୟ ଲାଗିଛି। ଏହାର ତଦନ୍ତ ପାଇଁ ପିସିବି ଏକ ୫ ଜଣିଆ କମିଟି ଗଠନ କରିଛି। ଇସ୍ତଫା ପରେ ଇଞ୍ଜାମାମ୍ ଗଣମାଧ୍ୟମରେ ତାଙ୍କର ପ୍ରତିକ୍ରିୟା ରଖଛନ୍ତି। ସେ କହିଛନ୍ତି ‘ଲୋକମାନେ ବିନା କୌଣସି କାରଣରେ ମୋ ଉପରେ ପ୍ରଶ୍ନ ଉଠାଇଛନ୍ତି, ଯେଉଁଥିପାଇଁ ମୁଁ ଇସ୍ତଫା ଦେବାକୁ ନିଷ୍ପତି ନେଇଛି।’

ତେବେ ମୁଖ୍ୟ ଚୟନକର୍ତ୍ତା ଭାବରେ ଇନଜାମାମଙ୍କ ଚୁକ୍ତିନାମା ସମାପ୍ତ ହେବା ପାକିସ୍ତାନ କ୍ରିକେଟ ବୋର୍ଡ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ବୋଝ ସୃଷ୍ଟି କରିପାରେ। ପାକିସ୍ତାନର ଗଣମାଧ୍ୟମରୁ ପ୍ରକାଶ ପାଇଥିବା ରିପୋର୍ଟରୁ ଜଣାପଡିଛି ଯେ ବୋର୍ଡ ଇନଜାମାମଙ୍କୁ ପ୍ରାୟ ୧୫ ମିଲିୟନ୍ ଟଙ୍କା ଦେବାକୁ ବାଧ୍ୟ ହୋଇପାରେ। ମାସିକ ୨.୫ ମିଲିୟନ୍ ଟଙ୍କା ହିସାବରେ ଛଅ ମାସ ପାଇଁ ତାଙ୍କୁ ଏହି ଟଙ୍କା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri