Posted inଖେଳ

ଆଇପିଏଲ ପାଇଁ ଆଇସିସିକୁ ଇଞ୍ଜିମାମଙ୍କ ସମାଲୋଚନା

କରାଚୀ, ୧୨।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଦ୍ୱିତୀୟ ପର୍ଯ୍ୟାୟ ବେଳେ ପାକିସ୍ତାନ ଗସ୍ତରେ ଆସିବ ନ୍ୟୁଜିଲାଣ୍ଡ। ପାକିସ୍ତାନ ବିପକ୍ଷରେ ଖେଳାଯିବାକୁ ଥିବା ଦିନିକିଆ ଓ ଟି୨୦ ସିରିଜ୍‌ରୁ ଓହରି ଯାଇଛନ୍ତି ନ୍ୟୁଜିଲାଣ୍ଡର ୮ ପ୍ରମୁଖ ଖେଳାଳି। ଏଥି ଯୋଗୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଓ ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି)କୁ ସମାଲୋଚନା କରିଛନ୍ତି ପୂର୍ବତନ ପାକିସ୍ତାନ ଅଧିନାୟକ ଇଞ୍ଜିମାମ ଉଲ ହକ୍‌।

ପାକିସ୍ତାନ ଦଳକୁ ମୁଖ୍ୟ ଖେଳାଳିଙ୍କ ସହ ଖେଳିବାକୁ ସୁଯୋଗ ମିଳୁ ନାହିଁ। ଏପ୍ରିଲରେ ଆମେ ଦକ୍ଷିଣ ଆଫ୍ରିକା ଯାଇଥିଲୁ। ସେତେବେଳେ ଦକ୍ଷିଣ ଆଫ୍ରିକା ତା’ର ଷ୍ଟାର ଖେଳାଳିଙ୍କୁ ଆଇପିଏଲ ପାଇଁ ପଠାଇ ଦେଇଥିଲା। ଆଉ ଏବେ ପାକିସ୍ତାନରେ ହେବାକୁ ଥିବା ସିରିଜ୍‌ରୁ ଆଇପିଏଲ ପାଇଁ ୮ ଜଣ ନ୍ୟୁଜିଲାଣ୍ଡର ଖେଳାଳି ଓହରି ଯାଇଛନ୍ତି। ଏପରି କି ଇଂଲଣ୍ଡ ଗସ୍ତରେ ମଧ୍ୟ ତାଙ୍କ ପ୍ରମୁଖ ଖେଳାଳିଙ୍କ ସହ ଖେଳିପାରିଲୁ ନାହିଁ। କ୍ୟାମ୍ପରେ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ ହେବା କାରଣରୁ ଦଳରେ ପରିବର୍ତ୍ତନ କରାଯାଇଥିଲା ବୋଲି ଇଞ୍ଜିମାମ ନିଜ ୟୁଟ୍ୟୁବ ଚାନେଲରେ କହିଛନ୍ତି।

ସେ ଆହୁରି କହିଛନ୍ତି, ମୋ ମତରେ ପାକିସ୍ତାନ ଦଳକୁ ଉଚିତ ପ୍ରାକ୍ଟିସ ମିଳୁ ନାହିଁ। କାରଣ ସେମାନେ ପ୍ରମୁଖ ଖେଳାଳିଙ୍କ ସହ ଖେଳିବାକୁ ସୁଯୋଗ ପାଉ ନାହାନ୍ତି। ଏ ସଂକ୍ରାନ୍ତରେ ଆଇସିସି କରୁଛି କ’ଣ? ସେମାନେ କ’ଣ ଜଣାଇବାକୁ ଚାହୁଁଛନ୍ତି? ଖେଳାଳିମାନେ ଅନ୍ତର୍ଜାତୀୟ କ୍ରିକେଟ ବଦଳରେ ଲିଗ୍‌ ମ୍ୟାଚ୍‌କୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଦ୍ୱାରା ଅନ୍ତର୍ଜାତୀୟ କ୍ରିକେଟର ମାନ ହ୍ରାସ ପାଉଛି। ଯଦି ପୁରା କ୍ରମକୁ ଦେଖିବା, ଏହା କେବଳ ପାକିସ୍ତାନ ସହ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri