Posted inଖେଳ

ଏହି ମହାନ କ୍ରିକେଟର୍‌ଙ୍କୁ ହୃଦ୍‌ଘାତ

ଲାହୋର,୨୮।୯: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ସର୍ବକାଳୀନ ମହାନ ବ୍ୟାଟ୍ସମ୍ୟାନ ଇଞ୍ଜାମାମ-ଉଲ-ହକ ହୃଦଘାତରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୋମବାର ସାରେ ଇଞ୍ଜାମାମ ସଫଳ ଆଞ୍ଜିଓପ୍ଲାଷ୍ଟି କରିଥିଲେ। ଇଞ୍ଜାମାମଙ୍କ ଅବସ୍ଥା ସ୍ଥିର ରହିଛି, କିନ୍ତୁ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି। ତେବେ ଏ ସମ୍ପର୍କରେ ତାଙ୍କ ପରିବାର ପକ୍ଷରୁ କୌଣସି ବିବୃତ୍ତି ଦିଆଯାଇ ନାହିଁ।
ଗତ ୩ ଦିନ ହେବ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିଲେ ଇଞ୍ଜାମାମ। କିନ୍ତୁ ସୋମବାର ତାଙ୍କୁ ଯାଞ୍ଚ କରାଯାଇଥିଲା। ପରେ ଜଣାପଡିଥିଲା ଯେ ସେ ହୃଦଘାତରେ ପୀଡିତ ଥିଲେ। ଏହା ପରେ ତାଙ୍କୁ ଅସ୍ତ୍ରୋପଚାର ପାଇଁ ଲାହୋରର ଏକ ଡାକ୍ତରଖାନାକୁ ନେବାକୁ ପଡିଥିଲା। ସେଠାରେ ତାଙ୍କର ସଫଳ ଆଞ୍ଜିଓପ୍ଲାଷ୍ଟି ହୋଇଥିଲା। ସେ ବିପଦମୁକ୍ତ କୁହାଯାଉଛି।
୫୧ ବର୍ଷୀୟ ଇଞ୍ଜାମାମ ଦିନିକିଆରେ ପାକିସ୍ତାନ ପାଇଁ ସର୍ବାଧିକ ରନ ସ୍କୋରର ରହିଆସିଛନ୍ତି। ସେ ୩୭୫ ଟି ମ୍ୟାଚରେ ୧୧୭୦୧ ରନ ସଂଗ୍ରହ କରିଛନ୍ତି। ଏଥି ସହିତ ସେ ଟେଷ୍ଟରେ ପାକିସ୍ତାନ ପାଇଁ ତୃତୀୟ ଶ୍ରେଷ୍ଠ ସ୍କୋରର ଅଟନ୍ତି। ୧୧୯ଟି ମ୍ୟାଚରେ ସେ ୮୮୨୯ ରନ କରିଛନ୍ତି। ସେ ଦେଶର ଅନ୍ୟତମ ସଫଳ ଅଧିନାୟକ ମଧ୍ୟ ରହିଛନ୍ତି। ସେ ୨୦୦୭ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ସେବେଠାରୁ ସେ ଦୀର୍ଘ ଦିନ ଧରି ପାକିସ୍ତାନ କ୍ରିକେଟ ସହ ଜଡିତ ଥିଲେ। ସେ ପ୍ରଥମେ ଦଳର ବ୍ୟାଟିଂ ପରାମର୍ଶଦାତା ହୋଇଥିଲେ ଏବଂ ପରେ ୨୦୧୬ ରୁ ୨୦୧୯ ପର୍ଯ୍ୟନ୍ତ ମୁଖ୍ୟ ଚୟନକର୍ତ୍ତା ହୋଇଥିଲେ। ସେ ଆଫଗାନିସ୍ତାନର ମୁଖ୍ୟ ପ୍ରଶିକ୍ଷକ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri