Posted inଖେଳ

ହୃଦଘାତ ଖବର ଶୁଣିବା ପରେ ସଚିନଙ୍କ ଟୁଇଟ୍‌; କହିଲେ ଏହି ପରିସ୍ଥିତିରୁ…

ଲାହୋର,୨୮।୯: ପାକିସ୍ତାନର ପୂର୍ବତନ ଅଧିନାୟକ ଇଞ୍ଜାମାମ୍‌-ଉଲ-ହକ୍‌ ହୃଦଘାତର ଶିକାର ହୋଇ ଚିକିତ୍ସିତ ହେଉଛନ୍ତି। ସର୍ଜରୀ ପରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିଲେ ହେଁ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି। ଏନେଇ ଜଣାପଡ଼ିବା ପରେ ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକର ତାଙ୍କର ଆରୋଗ୍ୟ ନେଇ କାମନା କରିଛନ୍ତି।

ଟୁଇଟ୍‌ କରି ସଚିନ କହିଛନ୍ତି, ଇଞ୍ଜାମାମଙ୍କ ଶୀଘ୍ର ସୁସ୍ଥ ହେବାର କାମନା କରୁଛି। ସବୁବେଳେ ପ୍ରତିଯୋଗିତାମୂଳକ ଏବଂ ପଡ଼ିଆରେ ଯୁକ୍ତିତର୍କ କରୁଥିଲେ ହେଁ ପଛରେ ଶାନ୍ତ ମନ ରହିଥିଲା। ଆଶା କରେ ଆପଣ ଏହି ପରିସ୍ଥିତି ସହ ଦୃଢ଼ ଭାବେ ମୁକାବିଲା କରି ବାହାରିବେ। ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ।

ପ୍ରକାଶ ଯେ, ଗତ ୩ ଦିନ ଧରି ଛାତିରେ ଯନ୍ତ୍ରଣା ଅନୁଭବ କରୁଥିଲେ ଇଞ୍ଜାମାମ। କିନ୍ତୁ ସୋମବାର ତାଙ୍କର ଯାଞ୍ଚ କରାଯାଇଥିଲା। ଏଥିରେ ତାଙ୍କୁ ହୃଦ୍‌ଘାତ ହୋଇଥିବା ଜଣାପଡ଼ିଥିଲା। ପରେ ତାଙ୍କୁ ଅସ୍ତ୍ରୋପଚାର ପାଇଁ ଲାହୋରର ଏକ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି ସର୍ଜରୀ ହୋଇଥିଲା। ଏବେ ସେ ବିପଦମୁକ୍ତ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri