କୋର୍ଟରେ ହାଜର ହେଉନାହାନ୍ତି ଆଇଓ, ସରୁନି ବିଚାର

ବ୍ରହ୍ମପୁର,୮ା୧୦(ସୁବାସ ଚନ୍ଦ୍ର ପାଢ଼ୀ)ବହୁ ଚର୍ଚ୍ଚିତ ବିଷ୍ଣୁ ଗୌଡ଼ ହତ୍ୟା ମାମଲାର ତାରିଖ ପରେ ତାରିଖ ଗଡ଼ୁଛି। ସେପଟେ ବିଚାରରେ ବିଳମ୍ବ ଘଟୁଛି। କୋର୍ଟ ପକ୍ଷରୁ ବାରମ୍ବାର ନୋଟିସ ଦିଆଯିବା ସତ୍ତ୍ୱେ ହାଜର ହେଉନାହାନ୍ତି ତଦନ୍ତକାରୀ ଅଧିକାରୀ। ଶନିବାର ଉକ୍ତ ମାମଲାର ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ବୈଦ୍ୟନାଥପୁର ଥାନାର ଥାନାଧିକାରୀ ଜୟ କୁମାର ପଟନାୟକ ଏଡିଜେ-୩ କୋର୍ଟରେ ହାଜର ହୋଇ ତାଙ୍କ ବୟାନ ଦେବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। ହେଲେ ସେ କୋର୍ଟରେ ହାଜର ହୋଇନଥିଲେ। କୋର୍ଟରେ ହାଜର ପାଇଁ ପୂର୍ବରୁ ସେପ୍ଟେମ୍ବର ୧୨ ଓ ୧୩ ଦୁଇଦିନ ଦିନ ଧାର୍ଯ୍ୟ ହୋଇଥିଲା। ସେତେବେଳେ ବି ସେ କୋର୍ଟରେ ହାଜର ହୋଇନଥିଲେ। ଫଳରେ ଉକ୍ତ ମାମଲାର ବିଚାର ସରୁନାହିଁ। ଏହା ଏକ ଗୁରୁତ୍ୱପୂର୍ଣ୍ଣ ମାମଲା ହୋଇଥିବା ବେଳେ ଚଳିତ ଡିସେମ୍ବର ମାସ ସୁଦ୍ଧା ବିଚାର ସରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଏହି ମାମଲାର ତଦନ୍ତକାରୀ ଅଧିକାରୀଙ୍କ ବୟାନ ରେକର୍ଡ ପାଇଁ ଆସନ୍ତା ୯ତାରିଖ ପରବର୍ତ୍ତୀ ଦିନ ଧାର୍ଯ୍ୟ ହୋଇଛି। ଏନେଇ କେଡର ଅତିରିକ୍ତ ପିପି ବିକ୍ରମ କୁମାର କୁଣ୍ଡୁ ସୂଚନା ଦେଇଛନ୍ତି। ମାମଲାର ବିଚାର ସରୁନି। ଅନ୍ୟପଟେ ରାୟ ପ୍ରକାଶରେ ବିଳମ୍ବ ଘଟୁଛି। ତେଣୁ ମୃତକଙ୍କ ପରିବାର ଲୋକ ନ୍ୟାୟ ପାଇ ପାରୁନାହାନ୍ତି।
ପ୍ରକାଶ ଯେ, ୨୦୧୮ ସେପ୍ଟେମ୍ବର ୪ ରେ ବିଷ୍ଣୁ ଗୌଡ଼ଙ୍କୁ ଏକ ଘରୋଇ ହସ୍ପିଟାଲରେ ହତ୍ୟା କରାଯାଇଥିଲା। ବୈଦ୍ୟନାଥପୁର ପୋଲିସ ହତ୍ୟାକାରୀ ତଥା ମୁଖ୍ୟ ଅଭିଯୁକ୍ତ ଡାକ୍ତର ହୃଷିକେଶ ତ୍ରିପାଠୀଙ୍କୁ ମାମଲା ନମ୍ବର ୧୮୬/୧୮ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମୁଦୁଲାଙ୍କ ପକ୍ଷରୁ ଆଇନଜୀବୀ କପିଳ ପଟ୍ଟନାୟକ ଓ କୃଷ୍ଣପ୍ରସାଦ ପଟ୍ଟନାୟକ ମକଦ୍ଦମା ପରିଚାଳନା କରିଥିଲେ। ସୂଚନା ଅନୁଯାୟୀ, ଗତ ୨୦୧୮ରେ ତ୍ରିକୋଣୀୟ ପ୍ରେମକୁ କେନ୍ଦ୍ର କରି ବିଷ୍ଣୁ ଗୌଡ଼ଙ୍କୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତ ଡାକ୍ତର ବିଷ୍ଣୁଙ୍କୁ ନିଶା ଦେଇ ହତ୍ୟା କରିବା ପରେ ତାଙ୍କ ଶରୀରକୁ କ୍ଲିନିକାଲ ବ୍ଲେଡ଼ରେ ଖଣ୍ଡ ଖଣ୍ଡ କରି କାଟି ଦେଇଥଲେ। ପରେ ଡାକ୍ତର ତ୍ରିପାଠୀ ତାଙ୍କର ଅନ୍ୟ ଦୁଇ ସହଯୋଗୀ ଗଙ୍ଗା ବେହେରା ଓ ବିଧାନ ସେଠୀଙ୍କ ସହାୟତାରେ ସହର ଉପକଣ୍ଠ ପଲିଗୁମୁଳାରେ ଥିବା ତାଙ୍କ କ୍ଲିନିକର ଆବର୍ଜନା ପକାଯାଉଥିବା ସ୍ଥାନରୁ ପୋଲିସ ବିଷ୍ଣୁଙ୍କ ଖଣ୍ଡ ବିଖଣ୍ଡ ମୃତଦେହ ଉଦ୍ଧାର କରିଥିଲା। ଏହି ମାମଲାରେ ୪୬ଜଣ ସାକ୍ଷୀ ରହିଛନ୍ତି। ପୂର୍ବରୁ ୨୧ତମ ସାକ୍ଷୀ ଭାବେ କୋର୍ଟରେ ହାଜର ହୋଇଥିବା ଡାକ୍ତର କିରେନ ପଟ୍ଟନାୟକଙ୍କୁ ପ୍ରତିପକ୍ଷ ଓକିଲ ହତ୍ୟା ଘଟଣାର ବିଭିନ୍ନ ଦିଗକୁ ଆଧାର କରି ପ୍ରଶ୍ନ କରିଥିଲେ। ଆସନ୍ତା ୯ ତାରିଖରେ ଉକ୍ତ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ ଦିନ ଧାର୍ଯ୍ୟ କରିଛି। ଏନେଇ କେଡର ଅତିରିକ୍ତ ପିପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri