Posted inଖେଳ

ଆଇଓସି ଉପସଭାପତି ଜନାର୍ଦ୍ଦନଙ୍କ ପରଲୋକ

ନୂଆଦିଲ୍ଲୀ, ୨୯।୪(ପି.ଟି.): ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓସି) ଉପସଭାପତି ଜନାର୍ଦ୍ଦନ ସିଂ ଗେହଲଟ ବୁଧବାର ଜୟପୁରରେ ପ୍ରାଣ ହରାଇଛନ୍ତି। ଦୀର୍ଘଦିନ ଧରି ଅସୁସ୍ଥ ରହିବା ପରେ ଜନାର୍ଦ୍ଦନ ୭୦ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି ବୋଲି କୁହାଯାଇଛି।
ପୂର୍ବତନ ରାଜସ୍ଥାନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବା ଏହି କ୍ରୀଡ଼ା ପ୍ରଶାସକ ଜଣକ ଅନ୍ତର୍ଜାତୀୟ କବାଡି ଫେଡେରେଶନର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ। ୨୦୧୩ ପର୍ଯ୍ୟନ୍ତ ସେ ୨୮ ବର୍ଷ ଧରି ଆମେଚର କବାଡ଼ି ଫେଡେରେଶନ ଅଫ୍‌ ଇଣ୍ଡିଆ ମୁଖ୍ୟ ରହିଥିଲେ। ମୃତ୍ୟୁ ବେଳକୁ ସେ ମଧ୍ୟ ରାଜସ୍ଥାନ ଅଲିମ୍ପିକ ଆସୋସିଏଶନର ଅଧ୍ୟକ୍ଷ ରହିଥିଲେ। ତାଙ୍କ ଦେହାନ୍ତରେ ଆଇଓସି ଅଧ୍ୟକ୍ଷ ନରିନ୍ଦର ବାତ୍ରା ଶୋକପ୍ରକାଶ କରିଛନ୍ତି। ୨୦୧୭ ନିର୍ବାଚନରେ ସେ ଅନ୍ୟ ୯ ଜଣଙ୍କ ସମେତ ଆଇଓସି ଉପସଭାପତି ଭାବେ ନିର୍ବାଚିତ ହୋଇଥିଲେ। ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ରା ଓ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ରାଜନୀତି ଓ କ୍ରୀଡ଼ା ପ୍ରତି ଜନାର୍ଦ୍ଦନଙ୍କ ବିଶେଷ ଯୋଗଦାନ ଥିଲା ବୋଲି ଗେହଲଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri