ଏଲ୍‌ଏନ୍‌ଜିକୁ ଏଲ୍‌ଏମ୍‌ଓ ଟ୍ୟାଙ୍କରରେ ପରିଣତ କଲା ଆଇଓସିଏଲ୍‌

ଭୁବନେଶ୍ୱର,୨୯।୪: ମେଡିକାଲ ଅକ୍ସିଜେନ ଯୋଗାଣକୁ ନଜରରେ ରଖି ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ପକ୍ଷରୁ ଏହାର ଅବ୍ୟବହୃତ ଏଲ୍‌ଏନ୍‌ଜି ଟ୍ୟାଙ୍କରକୁ ମେଡିକାଲ ଅକ୍ସିଜେନ ଟ୍ୟାଙ୍କର ଭାବେ ରୂପାନ୍ତରିତ କରାଯାଇଛି। ମହାମାରୀ ଲଢ଼େଇରେ ସାମିଲ ହୋଇ ସହଯୋଗର ହାତ ବଢ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି ା ପ୍ରଥମ ପର୍ଯ୍ୟାୟରେ ଏଲ୍‌ଏମ୍‌ଓ ଲୋଡ୍‌ ଯୁକ୍ତ ଏଲ୍‌ଏନ୍‌ଜି ଟ୍ୟାଙ୍କରକୁ ବୋକାରୋରୁ ବିହାରର ପାଟନାକୁ ପଠାଯାଇଛି। ଆଗାମୀ ଦିନରେ କମ୍ପାନୀ ଆଉ ୨୯ଟି ଅବ୍ୟବହୃତ ଏଲ୍‌ଏନ୍‌ଜି ଟ୍ୟାଙ୍କରକୁ ମେଡିକାଲ ଅକ୍ସିଜେନ ଟ୍ୟାଙ୍କର ଭାବେ ବ୍ୟବହାର କରିବ। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ଓଡ଼ିଶାର ୭ଟି ସ୍ଥାନ ସମେତ ଦେଶର ୯୩ଟି ସ୍ଥାନରେ ପ୍ରେସର ସ୍ବିଇଂ ଆଜର୍ପସନ (ପିଏସ୍‌ଏ) ମେଡିକାଲ ଅକ୍ସିଜେନ୍‌ ଜେନେରେଶନ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ନିକଟରେ ନିଷ୍ପତ୍ତି ନିଆଯାଇଛି। ସେହିଭଳି ଓଡ଼ିଶାରେ ଇଣ୍ଡିଆନ ଅଏଲ ପକ୍ଷରୁ ୩ଟି, ଏଚ୍‌ପିସିଏଲ୍‌ ଦ୍ୱାରା ୨ଟି ଏବଂ ପେଟ୍ରୋନେଟ୍‌ ଏଲ୍‌ଏନ୍‌ଜି ଦ୍ୱାରା ୨ଟି ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri