ପାରାଦୀପଠାରେ ଆଇଓସିଏଲ୍‌ର ପିଏଡିସି ଉଦ୍‌ଘାଟିତ

ଭୁବନେଶ୍ୱର,୨୬ା୬(ବ୍ୟୁରୋ):ପାରାଦୀପଠାରେ ଭାରତୀୟ ତୈଳ ନିଗମ(ଆଇଓସିଏଲ୍‌) ୪୩ କୋଟି ଟଙ୍କା ବ୍ୟୟରେ ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର ବା ପ୍ରଡକ୍ସ ଆପ୍ଲିକେଶନ ଆଣ୍ଡ୍‌ ଡେଭଲପମେଣ୍ଟ ସେଣ୍ଟର(ପିଏଡିସି) ନିର୍ମାଣ କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମିଳିତ ଭାବେ ଭିଡିଓ କନ୍‌ଫରେନ୍ସ ଜରିଆରେ ଏହାକୁ ଉଦ୍‌ଘାଟନ କରିଛନ୍ତି।
ପିଏଡିସି ଉଦ୍‌ଘାଟନକୁ ନେଇ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ କହିଛନ୍ତି ଯେ, ଏହା ଉତ୍ପାଦ ବିକାଶ ଏବଂ ନୂତନ ବ୍ୟବସ୍ଥା କ୍ଷେତ୍ରରେ କେବଳ ଯେ, ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ତାହା ନୁହେଁ, ଏହା ପ୍ଲାଷ୍ଟିକ ଓ ପଲିମର ଭଳି ଶିଳ୍ପ ପ୍ରତିଷ୍ଠା ପାଇଁ ପୁଞ୍ଜିନିବେଶକାରୀଙ୍କୁ ସହାୟତା କରିବ। ଆଇଓସିଏଲ୍‌ ଓଡ଼ିଶାରେ ପ୍ଲାଷ୍ଟିକ ଓ ପେଟ୍ରୋକେମିକାଲ ଶିଳ୍ପର ଏକ ବୃହତ୍‌ ଶକ୍ତି। ଏହା ଉକ୍ତ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା ପାଇଁ ଭିତ୍ତିଭୂମି, କଞ୍ଚାମାଲ ଯୋଗାଣ ସହ ଉଦ୍ୟୋଗୀଙ୍କୁ ଶିଳ୍ପ ସ୍ଥାପନ କରିବା କ୍ଷେତ୍ରରେ ବୈଷୟିକ ସହାୟତା ଯୋଗାଇବାରେ ସକ୍ରିୟ ଭୂମିକା ଗ୍ରହଣ କରିବା ଆବଶ୍ୟକ। ପାରାଦୀପ ତୈଳ ବିଶୋଧନାଗାରର ସମ୍ପ୍ରସାରଣ ପଲିମର ଏବଂ ପେଟ୍ରୋକେମିକାଲ ଶିଳ୍ପ ପାଇଁ କଞ୍ଚାମାଲ ଯୋଗାଣ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାରେ ବୟନଶିଳ୍ପର ବୈଷୟିକ କ୍ଷେତ୍ରକୁ ଆଗେଇନେବାରେ ଆଇଓସିଏଲ୍‌ର ପ୍ରସ୍ତାବିତ ଭଦ୍ରକ ଟେକ୍ସଟାଇଲ ପାର୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଆଇଓସିଏଲ୍‌ ପକ୍ଷରୁ ଏହି ପାର୍କର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପିଏଡିସି ଓଡ଼ିଶାରେ ପଲିମର ଶିଳ୍ପର ବିକାଶ ଦିଗରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ସହ ପଲିମର ଆପ୍ଲିକେଶନ କ୍ଷେତ୍ରରେ ଏହା ଏକ ଉତ୍କର୍ଷ କେନ୍ଦ୍ରରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ପିଏଡିସି ଓଡ଼ିଶା ଏବଂ ପୂର୍ବଭାରତରେ ପଲିମର ଶିଳ୍ପ ବିକାଶକୁ ପ୍ରୋତ୍ସାହନ ଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବପ୍ନକୁ ସାକାର କରିବ। ଓଡ଼ିଶାର ଶିଳ୍ପାୟନରେ ରାଜ୍ୟର ଯୁବତୀଯୁବକଙ୍କ ଆକାଂକ୍ଷାକୁ ପୂରଣ କରିବାରେ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନୀତି ସର୍ବଦା ସହଯୋଗ କରିଆସୁଛି। ଶିଳ୍ପାୟନ ତଥା ଓଡ଼ିଶାର ବିକାଶ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଇଣ୍ଡିଆନ ଅଏଲ ପକ୍ଷରୁ ୪୩ କୋଟି ଟଙ୍କା ବ୍ୟୟରେ ଏହି କେନ୍ଦ୍ର ନିର୍ମାଣ କରାଯାଇଛି। ଆଗାମୀ ଦିନରେ ଭଦ୍ରକ ଏବଂ ଧାମରାରେ ଟେକ୍ସଟାଇଲ ଡାଉନ୍‌ଷ୍ଟ୍ରିମ୍‌ ୟୁନିଟ ପାଇଁ ପଲିଷ୍ଟର ସୂତା ଓ କପଡ଼ା ନିମନ୍ତେ ପିଏଡିସି ଏକ ବୈଷୟିକ କେନ୍ଦ୍ର ଭାବରେ କାର୍ଯ୍ୟ କରିବ। ଏହା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସେଣ୍ଟରରେ ଓଡ଼ିଆ ପିଲାଙ୍କ ପାଇଁ ନୂଆ ବ୍ୟବସାୟ ବାତାବରଣ ସୃଷ୍ଟି କରିବ। ଏହି କେନ୍ଦ୍ର ଓଡ଼ିଆ ଶିଳ୍ପୋଦ୍ୟୋଗୀ ଓ ଯୁବକମାନଙ୍କୁ ଆତ୍ମନିର୍ଭର କରିବାରେ ବଡ ଭୂମିକା ନେବ ବୋଲି ଧର୍ମେନ୍ଦ୍ର କହିଛନ୍ତି। କେନ୍ଦ୍ର ସରକାରଙ୍କ ସହଯୋଗରେ ଓଡ଼ିଶା ସରକାର ପେଟ୍ରୋକେମିକାଲ, ଇସ୍ପାତ, ଖଣି, କୋଇଲା, ଆଲୁମିନିୟମ, ପର୍ଯ୍ୟଟନ, ଟେକ୍ସଟାଇଲ, ଉଦ୍ୟୋଗୀ ତଥା ଅନ୍ୟାନ୍ୟ ଶିଳ୍ପ କ୍ଷେତ୍ରରେ ରୋଜଗାର ସୃଷ୍ଟି କରି ରାଜ୍ୟର ରାଜସ୍ବ ବଢ଼ାଇବାକୁ ଲକ୍ଷ୍ୟ ରଖିଛନ୍ତି।
ଧର୍ମେନ୍ଦ୍ର କହିଛନ୍ତି ଯେ, ଆଇଓସିଏଲ୍‌ ପାରାଦୀପରେ ୪୦ ହଜାରରୁ ଅଧିକ କୋଟିର ପୁଞ୍ଜିନିବେଶ କରିଛି। ଇଡକୋ ଏବଂ ଆଇଓସିଏଲ୍‌ ପକ୍ଷରୁ ଯୁଗ୍ମ ଭାବରେ ଏସ୍‌ପିଭି ଗଠନ କରାଯାଇ ପାରାଦୀପରେ ବିଶ୍ୱସ୍ତରୀୟ ପ୍ଲାଷ୍ଟିକ ପାର୍କ ନିର୍ମାଣ କରାଯାଇଛି। ଭାରତ ସରକାରଙ୍କ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ପକ୍ଷରୁ ଭୁବନେଶ୍ୱର ସିପେକର ଉଚ୍ଚସ୍ତରର ପ୍ରଶିକ୍ଷଣ କେନ୍ଦ୍ର କରାଯାଇଛି। ପାରାଦୀପ, ବାଲେଶ୍ୱର, ଖୋର୍ଦ୍ଧା ଜିଲାର ଉଦ୍ୟୋଗୀମାନଙ୍କୁ ନିରନ୍ତର କମ୍‌ ମୂଲ୍ୟରେ କଞ୍ଚାମାଲ ଦେବାର ଦାୟିତ୍ୱ ଇଣ୍ଡିଆନ ଅଏଲ ନେବ।
ଓଡ଼ିଶାକୁ ଗ୍ୟାସ୍‌ ଆଧାରିତ ଅଞ୍ଚଳ ଭାବେ ତିଆରି କରିବା, ତୈଳ ଭିତ୍ତିଭୂମି ଅଞ୍ଚଳ ଭାବରେ ପରିଣତ କରିବା, ପେଟ୍ରୋଲିୟମ ଓ ପେଟ୍ରୋକେମିକାଲ ଏବଂ ଆନୁଷଙ୍ଗିକ କ୍ଷେତ୍ରକୁ ଓଡ଼ିଶା ଅଗ୍ରଣୀ ରାଜ୍ୟ ଭାବେ ତୋଳିବା ପାଇଁ ତୈଳ ଶିଳ୍ପରେ ସର୍ବମୋଟ ୧ ଲକ୍ଷ ୩୫ ହଜାର କୋଟି ଟଙ୍କା ପୁଞ୍ଜିନିବଶେ କରାଯାଇଛି ବୋଲି ପ୍ରଧାନ କହିଛନ୍ତି।
ଏହି ଭର୍ଚୁଆଲ ଉତ୍ସବରେ ପେଟ୍ରୋଲିୟମ ମନ୍ତ୍ରଣାଳୟ ସଚିବ ତରୁଣ କାପୁର, ଆଇଓସିଏଲ୍‌ର ଅଧ୍ୟକ୍ଷ ସଞ୍ଜୀବ ସିଂ ଏବଂ ଭାରତ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

Featured Video Play Icon

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri