ପାୱାର ପ୍ଲାଣ୍ଟରେ ଆଇଓଟି ପ୍ରଯୁକ୍ତି ନିୟୋଜିତ

ଭୁବନେଶ୍ୱର,୧୬ା୧୧: ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ପ୍ଲାଣ୍ଟରେ ଜଳ ଖର୍ଚ୍ଚ କମ୍‌ କରିବା ପାଇଁ ଇଣ୍ଟରନେଟ୍‌ ଅଫ୍‌ ଥିଙ୍ଗସ୍‌ (ଆଇଓଟି) ପ୍ରଯୁକ୍ତିକୁ ନିୟୋଜିତ କରାଯାଇଛି। ଯେହେତୁ ପାୱାର ପ୍ଲାଣ୍ଟ ପାଇଁ କୁଲିଂ ୱାଟରର ଆବଶ୍ୟକତା ରହୁଛି, ସେଥିପାଇଁ ଉକ୍ତ ପ୍ରଯୁକ୍ତି ଦ୍ୱାରା ରିୟଲ ଟାଇମ ଅପରେଶନାଲ ଡାଟା ସହ ଉପଯୁକ୍ତ ଜଳ ସଂରକ୍ଷଣ ହୋଇପାରିବ। ବିଶେଷକରି କମ୍ପାନୀ ଏହି ପ୍ରଯୁକ୍ତି ଦ୍ୱାରା ଉନ୍ନତ ଜଳ ସଂରକ୍ଷଣ ସାଙ୍ଗକୁ ଜଳର ଗୁଣବତ୍ତା, ମାପିବା ଓ କ୍ଷୟ ହ୍ରାସ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ଷମ ମାପଦଣ୍ଡଗୁଡ଼ିକ ମଧ୍ୟ ପୂରଣ କରିପାରିବ। ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଇଓ (ଆଲୁମିନିୟମ ବିଜ୍‌ନେସ୍‌) ରାହୁଲ ଶର୍ମା କହିଛନ୍ତି, କମ୍ପାନୀ ଆଲୁମିନିୟମ ଉତ୍ପାଦନ କ୍ଷେତ୍ରରେ ବୃହତ୍‌ ନିର୍ମାତା ହୋଇଥିବାରୁ ଆମେ ଭବିଷ୍ୟତକୁ ଆଖି ଆଗରେ ରଖି ଉପତ୍ାଦନ କରୁଛୁ। ଆମର କାର୍ଯ୍ୟକୁ ଅଧିକ ବିକାଶଶୀଳ ଓ ନିର୍ଭରଯୋଗ୍ୟ କରିବା ଲାଗି ଆମକୁ ଅତ୍ୟାଧୁନିକ ଜ୍ଞାନକୌଶଳର ଆବଶ୍ୟକତା ରହିଛି। ଡିଜିଟାଇଜେଶନ ପ୍ରୋଗ୍ରାମକୁ ତ୍ୱରାନ୍ବିତ କରିବା ଲାଗି ସବୁକ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରିବାକୁ ହେବ।
ବେଦାନ୍ତ ଷ୍ଟାର୍ଟ ଅପ୍‌ ଇନ୍‌କ୍ୟୁବେଟର ମାଧ୍ୟମରେ କମ୍ପାନୀ ନୂଆ ଯୁଗର ଷ୍ଟାର୍ଟଅପ ସହ ଉପତ୍ାଦନରେ ନୂତନତା ଓ ଡିଜିଟାଇଜେସନ ଶକ୍ତି ବ୍ୟବହାର କରୁଛି। ବ୍ୟବସାୟିକ ବିଷୟରେ ଯେଉଁଠାରେ ଷ୍ଟାର୍ଟଅପ୍‌ଗୁଡ଼ିକ ଦକ୍ଷତାଠାରୁ ଆରମ୍ଭକରି ଶକ୍ତି ସଂରକ୍ଷଣ ସମାଧାନ, ଜଳ, ବର୍ଜ୍ୟବସ୍ତୁ ପରିଚାଳନା ପ୍ରଭୃତି କାର୍ଯ୍ୟ ସହ ଜଡ଼ିତ। ଏହା ଭାରତର ଉପତ୍ାଦନ ଦୃଶ୍ୟପଟରେ ଏକ ମୌଳିକ ପରିବର୍ତ୍ତନ ଆଣିବା ସହ ବିକଶିତ ଦେଶଗୁଡ଼ିକୁ ପ୍ରେରଣା ଯୋଗାଇବ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri