Posted inଜାତୀୟ

ଅସଦାଚରଣ ମାମଲା, ପାଇଲଟଙ୍କ ନିଲମ୍ବନ ବିରୋଧରେ ହେବ ଆଇନଗତ କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୨୨ ।୧: ଏୟାର ଇଣ୍ଡିଆର ଏକ ବିମାନରେ ଗତ ନଭେମ୍ବରରେ ହୋଇଥିବା ପରିସ୍ରା ମାମଲାରେ ବିମାନର ମୁଖ୍ୟ ପାଇଲଟଙ୍କ ଲାଇସେନ୍ସ ନିଲମ୍ବନ କରିବା ମାମଲାରେ ଇଣ୍ଡିଆ ପାଇଲଟ ଗିଲ୍ଡ(ଆଇପିଜି)ଆଇନ ପଦକ୍ଷେପ ନେବା ଉପରେ ବିଚାର କରୁଛି । ଆଇପିଜିର ଜଣେ ବରିଷ୍ଠ ସଦସ୍ୟ କହିଛନ୍ତି, ସେ ସମ୍ପନ୍ଧିତ ପାଇଲଟଙ୍କ ନିଲମ୍ବନ ପ୍ରସଙ୍ଗକୁ ଜୋର ଦେବେ । ଆଇପିଜି ଏୟାରଲାଇନ୍ସ ସେହିସବୁ ପାଇଲଟଙ୍କ ପ୍ରତିନିଧିତ୍ୱ କରିଥାଏ ଯେଉଁମାନେ ବଡ ଧରଣର ବିମାନ ଉଡାଇଥାଆନ୍ତି ।
ସୂଚନାଯୋଗ୍ୟ, ଏହି ଘଟଣା ୨୬ନଭେମ୍ବର ୨୦୨୨ରେ ଏୟାର ଇଣ୍ଡିଆର ଏକ ବିମାନରେ ହୋଇଥିଲା । ଯେତେବେଳେ ବିମାନଟି ନ୍ୟୁୟର୍କରୁ ଦିଲ୍ଲୀ ଯାତ୍ରା କରିଥିଲା । ଏହି ଘଟଣା ଜାନୁୟାରୀ ୪ରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ)ର ଗୋଚରକୁ ଆସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri