Posted inଜାତୀୟ

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ ହେଉଛି। ଏପରିକି ସର୍ବଭାରତୀୟ ସ୍ତରରେ ଥିବା ରିଲାଏନ୍ସ ଡିଜିଟାଲା ଅଫ୍‌ଲାଇନ ଷ୍ଟୋର (ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌) ଏବଂ ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ ଉପଲବ୍ଧ ଥିଲାବେଳେ ଆଶାୟୀ ଗ୍ରାହକମାନେ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ପ୍ଲାଟ୍‌ଫର୍ମରେ ପ୍ରି ବୁକିଂ କରିପାରିବେ। ଏପରିକି ରିଲାଏନ୍ସ ଡିଜିଟାଲ ଗ୍ରାହକଙ୍କ ଦ୍ୱାରା ପ୍ରାକ୍‌-ବୁକିଂ କରାଯାଇଥିବା ଠିକ୍‌ ଭାରିଆଣ୍ଟର ଡେଲିଭରି ଗ୍ୟାରେଣ୍ଟି ପ୍ଲାଟ୍‌ଫର୍ମ ପକ୍ଷରୁ ଦିଆଯାଇଛି। ଯଦି ରିଟେଲର ଏହି ପ୍ରତିଶ୍ରୁତି ପୂରଣ କରିବାରେ ଅସମର୍ଥ ହୁଅନ୍ତି, ତେବେ ପ୍ରାକ୍‌ ବୁକିଂ ରାଶିର ୨ଗୁଣା ଅର୍ଥ ଫେରସ୍ତ ପାଇଁ ମଧ୍ୟ ପ୍ରତିଶ୍ରୁତି ଦିଆଯାଉଛି। ଅପରପକ୍ଷରେ ଆଇଫୋନ୍‌-୧୬ ରେଞ୍ଜ ପାଇଁ ସବୁ ବର୍ଗର ଗ୍ରାହକଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି ବୋଲି ଉଭୟ ବ୍ରାଣ୍ଡ୍‌ ଓ ପ୍ଲାଟ୍‌ଫର୍ମ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ଆଇଫୋନ୍‌-୧୬ରେଞ୍ଜର ପ୍ରାକ୍‌ ବୁକିଂ ରିଲାଏନ୍ସ ଡିଜିଟାଲ ପ୍ଲାଟ୍‌ଫର୍ମରେ ଆଶାତୀତ ଭାବେ ବୃଦ୍ଧି ପାଇଛି। ଏପରିକି ଗତ ବର୍ଷ ତୁଳନାରେ ଚଳିତ ବର୍ଷ ପ୍ଲାଟ୍‌ଫର୍ମରେ ୨ ଗୁଣା ଅଧିକ ହୋଇଛି ବୋଲି ରିଲାଏନ୍ସ ଡିଜିଟାଲ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ସେହିଭଳି ବଜାର ଚାହିଦାରେ ଅତ୍ୟଧିକ ବୃଦ୍ଧି ସତ୍ତ୍ୱେ କମ୍ପାନୀ ତା’ର ପ୍ରାକ୍‌ ବୁକ୍ତି ପ୍ରତିଶ୍ରୁତି ପୂରଣ କରିବା ନେଇ ମଧ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତି ରହିଛି। ଆଶାୟୀ ଗ୍ରାହକମାନେ ମଧ୍ୟ ରିଲାଏନ୍ସ ଡିଜିଟାଲ ଷ୍ଟୋରରୁ କିମ୍ବା ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ ଆଇଫୋନ୍‌-୧୬ ରେଞ୍ଜର ମଡେଲ କିଣିବାକୁ ଅପେକ୍ଷାକରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri