ଆଇପିଏଲ୍‌-୧୩ : ଉଦ୍‌ଘାଟନୀ ମ୍ୟାଚ୍‌ରେ ଧୋନୀଙ୍କ ସୁପର୍‌ କିଙ୍ଗ୍ସକୁ ଭେଟିବ ଏହି ଟିମ୍‌

ନୂଆଦିଲ୍ଲୀ, ୬।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ବିଦେଶରେ ଆୟୋଜିତ କରିବାକୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଷ୍ପତ୍ତି ନେଇଥିଲା। ଏହି ଅବସରରେ ବିସିସିଆଇ ପକ୍ଷରୁ ଆଇପିଏଲ୍‌-୧୩ର କାର୍ଯ୍ୟସୂଚୀ ରବିବାର ପ୍ରକାଶ ପାଇଛି। ପ୍ରକାଶ ପାଇଥିବା କାର୍ଯ୍ୟସୂଚୀ ଅନୁଯାୟୀ, ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ଗତଥରର ରନର୍ସଅପ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଆବୁଧାବିରେ ସେପ୍ଟେମ୍ବର ୧୯ରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ଅର୍ଥାତ୍‌ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ସୁପର୍‌ କିଙ୍ଗ୍ସ ଓ ରୋହିତ୍‌ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ଦଳ ଓପନିଂ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ଭାରତୀୟ ସମୟ ସନ୍ଧ୍ୟା ୭ଟା ୩୦ରେ ଏହି ମ୍ୟାଚ୍‌ ଆରମ୍ଭ ହେବ। ସେହିଭଳି ଦିଲ୍ଲୀ କ୍ୟାପିଟାଲ୍ସ ଓ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ବିସିସିଆଇ ପକ୍ଷରୁ ବର୍ତ୍ତମାନ କେବଳ ୫୬ ମ୍ୟାଚ୍‌ର କାର୍ଯ୍ୟସୂଚୀ ଜାରି କରାଯାଇଛି। ଯେଉଁଥିରେ ପ୍ଲେ-ଅଫ୍‌ ଓ ଫାଇନାଲ ମ୍ୟାଚ୍‌ ସାମିଲ ନାହିଁ। ପ୍ଲେ-ଅଫ୍‌ ଓ ଫାଇନାଲ ମ୍ୟାଚ୍‌ କାର୍ଯ୍ୟସୂଚୀ ସମ୍ବନ୍ଧରେ ପରେ ସୂଚନା ଦିଆଯିବ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ୧୦ ଦିନ ଡବଲ୍‌ ହେଡର୍ସ ମ୍ୟାଚ୍‌ ଖେଳାଯିବ। ଅର୍ଥାତ୍‌ ଦିନକୁ ୨ଟି ଲେଖାଏ ମ୍ୟାଚ୍‌ ଆୟୋଜିତ ହେବ। ଭାରତୀୟ ସମୟ ଅପରାହ୍ନ ୩ଟା ୩୦ରେ ପ୍ରଥମ ମ୍ୟାଚ୍‌ ଓ ଦ୍ୱିତୀୟ ମ୍ୟାଚ୍‌ ସନ୍ଧ୍ୟା ୭ଟା ୩୦ରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri