ଆଇପିଏଲ୍‌- ୧୪: ବିଜୟଧାରା ବଜାୟ ଲକ୍ଷ୍ୟରେ ବାଙ୍ଗାଲୋର

ମୁମ୍ବାଇ,୨୨।୪(ପି.ଟି.): ଏଥର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦମ୍‌ଦାର ଆରମ୍ଭ କରିଛି। ପ୍ରଥମ ୩ଟି ମ୍ୟାଚ୍‌ରେ ବିଜୟ ହାସଲ କରିଥିବା ବାଙ୍ଗାଲୋର ପରବର୍ତ୍ତୀ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସକୁ ଭେଟିବ। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଜିତି ବାଙ୍ଗାଲୋର ତା’ର ବିଜୟଧାରା ବଜାୟ ରଖିବାକୁ ଚେଷ୍ଟା କରିବ।
ଟୁର୍ନାମେଣ୍ଟର ଉଦ୍‌ଘାଟନୀ ମ୍ୟାଚ୍‌ରେ ବାଙ୍ଗାଲୋର ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ ଅଭିଯାନ ଆରମ୍ଭ କରିଥିଲା। ଏହାପରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଓ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରି ପଏଣ୍ଟ ତାଲିକାର ଶୀର୍ଷ ସ୍ଥାନକୁ ଉଠିଛି। ଅନ୍ୟପଟେ ରାଜସ୍ଥାନ ୩ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟୀ ହୋଇଥିବା ବେଳେ ବାକି ୨ଟି ପରାଜୟ ବରଣ କରିଛି। ଗତ ମ୍ୟାଚ୍‌ରେ ରାଜସ୍ଥାନ ଚେନ୍ନାଇ ସୁପର କିଙ୍ଗ୍ସଠାରୁ ୪୫ ରନରେ ପରାସ୍ତ ହୋଇଛି। ରାଜସ୍ଥାନ ଦ୍ୱିତୀୟ ମୁକାବିଲାରେ ଦିଲ୍ଲୀକୁ ୩ ଉଇକେଟରେ ହରାଇଥିବା ବେଳେ ପ୍ରଥମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍ସଠାରୁ ୪ ରନରେ ପରାସ୍ତ ହୋଇଥିଲା। ପଏଣ୍ଟ ତାଲିକାରେ ରାଜସ୍ଥାନ ଷଷ୍ଠ ସ୍ଥାନରେ ରହିଛି। ସଞ୍ଜୁ ସାମ୍‌ସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ଏହି ମ୍ୟାଚ୍‌ ଜିତି ଦ୍ୱିତୀୟ ବିଜୟ ହାସଲ ଲକ୍ଷ୍ୟରେ ରହିଛି।
ରାଜସ୍ଥାନର ବ୍ୟାଟିଂ ବିଭାଗ ମିଳିତ ଭାବେ ପ୍ରଦର୍ଶନ କରିବାରେ ବିଫଳ ହୋଇଛି। ପଞ୍ଜାବ ବିପକ୍ଷରେ ସାମ୍‌ସନ ଜବରଦସ୍ତ ବ୍ୟାଟିଂ କରି ଶତକ ହାସଲ କରିଥିଲେ ମଧ୍ୟ ମାତ୍ର ୪ ରନରେ ଦଳ ପରାସ୍ତ ହୋଇଥିଲା। ସେହିପରି ଡେଭିଡ୍‌ ମିଲର ଓ କ୍ରିସ୍‌ ମୋରିସ୍‌ ବ୍ୟାଟିଂରେ ଦମ୍‌ ଦେଖାଇ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇଥିଲେ। ସେହିପରି ଚେନ୍ନାଇ ବିପକ୍ଷରେ ଜୋସ ବଟଲର ଭଲ ଖେଳିଥିଲେ ମଧ୍ୟ ଅନ୍ୟମାନେ ବିଫଳ ହୋଇଥିଲେ। ରାଜସ୍ଥାନର ବୋଲିଂ ବିଭାଗ ଜୋଫ୍ରା ଆର୍ଚରଙ୍କ ଅନୁପସ୍ଥିତି ଯୋଗୁ ପ୍ରଭାବିତ ହୋଇଛି। କ୍ରିସ୍‌ ମୋରିସ୍‌ ଓ ମୁସ୍ତାଫିଜୁର ବୋଲିଂରେ ଭଲ ପ୍ରଦର୍ଶନ କରିବେ ବୋଲି ଆଶା କରାଯାଉଛି।
ଅପରପକ୍ଷରେ ହ୍ୟାଟ୍ରିକ ବିଜୟ ସହ ବାଙ୍ଗାଲୋରର ଆତ୍ମବିଶ୍ୱାସ ଆକାଶଛୁଆଁ ରହିଛି। କୋହଲିଙ୍କ ସମେତ ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଓ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଏବି ଡିଭିଲର୍ସ ଦଳ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ଗତ ସଂସ୍କରଣରେ ଭଲ ପ୍ରଦର୍ଶନ କରିଥିବା ଯୁବ ଓପନର ଦେବଦତ୍ତ ପଡିକାଲ ଓ ରଜତ ପଟିଦାର ଆଶାନୁରୂପ ଖେଳିପାରିନାହାନ୍ତି। ଆଗକୁ ଏମାନେ ତ୍ରୁଟି ସୁଧାରିବେ ବୋଲି ଆଶା କରାଯାଉଛି। ବୋଲିଂରେ ହର୍ଶଲ ପଟେଲ ଓ ମହମ୍ମଦ ସାମି ପ୍ରଭାବୀ ସାବ୍ୟସ୍ତ ହୋଇଛନ୍ତି। ଏହି ମ୍ୟାଚ୍‌ରେ ରାଜସ୍ଥାନ ବିପକ୍ଷରେ ବାଙ୍ଗାଲୋର ଫେଭରାଇଟ୍‌ ମନେହେଉଛି।
ଆରସିବି ଦଳ:
ବିରାଟ କୋହଲି (ଅଧିନାୟକ), ଏବି ଡିଭିଲର୍ସ, ଦେବଦତ୍ତ ପଡିକାଲ, ୟୁଜବେନ୍ଦ୍ର ଚହଲ, ମହମ୍ମଦ ସିରାଜ, କେନ୍‌ ରିଚାର୍ଡସନ, ଓ୍ବାଶିଂଟନ ସୁନ୍ଦର, ପବନ ଦେଶପାଣ୍ଡେ, ଫିନ ଆଲେନ, ଶାହାବାଜ ଅହମଦ, ନବଦୀପ ସଇନି, ଆଡାମ ଜାମ୍ପା, କାଏଲ ଜେମିଶନ, ଗ୍ଲେନ ମ୍ୟାକ୍ସଓ୍ବେଲ, ରଜଦ ପଟିଦାର, ସଚିନ ବେବି, ମହମ୍ମଦ ଆଝାରୁଦ୍ଦିନ, ଡାନିଏଲ କ୍ରିଷ୍ଟିଆନ, କେ.ଏସ. ଭାରତ, ସୂୟାଶ ପ୍ରଭୁଦେଶାଇ, ଡାନିଏଲ ସାମ୍ସ ଓ ହର୍ଶଲ ପଟେଲ।
ରାଜସ୍ଥାନ ରୟାଲ୍ସ ଦଳ:
ସଞ୍ଜୁ ସାମ୍‌ସନ (ଅଧିନାୟକ/ ଉଇକେଟକିପର), ଜୋଶ ବଟଲର (ଉଇକେଟକିପର), ବେନ୍‌ ଷ୍ଟୋକ୍ସ, ଯଶସ୍ବୀ ଜୟସ୍ବାଲ, ମନନ ଭୋରା, ଅନୁଜ ରାଓ୍ବତ, ରିୟାନ ପରାଗ, ଡେଭିଡ୍‌ ମିଲର, ରାହୁଲ ଟଓ୍ବୋଟିଆ, ମହିପାଲ ଲୋମରର, ଶ୍ରେୟାସ ଗୋପାଲ, ମୟଙ୍କ ମାର୍କଣ୍ଡେ, ଜୋଫ୍ରା ଆର୍ଚର, ଆଣ୍ଡ୍ୟୁ ଟାଏ, ଜୟଦେବ ଉନାଡକଟ, କାର୍ତ୍ତିକ ତ୍ୟାଗୀ, ଶିବମ ଦୁବେ, କ୍ରିସ୍‌ ମୋରିସ, ମୁସ୍ତାଫିଜୁର ରହମାନ, ଚେତନ ସାକାରିୟା, କେଜି କାରିଆପ୍ପା, ଲିଆମ ଲିଭିଂଷ୍ଟୋନ୍‌, କୁଲଦୀପ ଯାଦବ ଓ ଆକାଶ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri