Posted inଖେଳ

ଆଇପିଏଲ୍‌-୧୪: ମୁମ୍ବାଇ-ବାଙ୍ଗାଲୋର ଉଦ୍‌ଘାଟନୀ ମ୍ୟାଚ

* ଏପ୍ରିଲ ୯ରେ ଆରମ୍ଭ, ମେ’ ୩୦ରେ ଫାଇନାଲ
* ବିନା ଦର୍ଶକରେ ୬ଟି ଭେନ୍ୟୁରେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୩(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ପାଇଁ ରବିବାର ବିଧିବଦ୍ଧଭାବେ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏହି ଲିଗ୍‌ ଆସନ୍ତା ଏପ୍ରିଲ ୯ରୁ ଆରମ୍ଭ ହୋଇ ମେ’ ୩୦ରେ ଶେଷ ହେବ। କୌଣସି ଦଳ ଘରୋଇ ଗ୍ରାଉଣ୍ଡରେ ଖେଳିବାର ସୁଯୋଗ ପାଇବେ ନାହିଁ। କୋଭିଡ୍‌-୧୯ ମହାମାରୀର ପ୍ରଭାବ ସତ୍ତ୍ୱେ ମୁମ୍ବାଇରେ ଲିଗ୍‌ ମ୍ୟାଚ୍‌ ଆୟୋଜନ କରାଯିବ। ମୁମ୍ବାଇ ସମେତ ୬ଟି ସହରରେ ମ୍ୟାଚ୍‌ ଆୟୋଜିତ ହେବ। ଟୁର୍ନାମେଣ୍ଟର ପ୍ରାରମ୍ଭିକ ମ୍ୟାଚ୍‌ଗୁଡ଼ିକ ବିନା ଦର୍ଶକରେ ମୁମ୍ବାଇରେ ହେବ। ଅନ୍ୟ ଭେନ୍ୟୁଗୁଡ଼ିକ ହେଲା ବେଙ୍ଗାଲୁରୁ, ଚେନ୍ନାଇ, ଦିଲ୍ଲୀ ଓ କୋଲକାତା। ବିଶ୍ୱର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମ ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଫାଇନାଲ ସମେତ ପ୍ଲେ-ଅଫ୍‌ ମ୍ୟାଚ୍‌ଗୁଡିକ ଆୟୋଜନ ହେବ। ଏପ୍ରିଲ ୯ରେ ଚେନ୍ନାଇରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଅନୁଷ୍ଠିତ ହେବ।
ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଇପିଏଲ୍‌ର ପ୍ରଥମ ୪ ସପ୍ତାହ ପାଇଁ ଅର୍ଥାତ୍‌ ଏପ୍ରିଲ୍‌ ୯ରୁ ମେ ୬ ପର୍ଯ୍ୟନ୍ତ କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ସମୟ ମଧ୍ୟରେ ୩୩ଟି ମ୍ୟାଚ୍‌ ଖେଳାଯିବ। ତେବେ ପ୍ରଥମ ପର୍ଯ୍ୟାୟରେ କୋଲକାତାରେ କୌଣସି ମ୍ୟାଚ୍‌ ଆୟୋଜନ ହେବନାହିଁ। ପଶ୍ଚିମବଙ୍ଗରେ ୮ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ହେବାର ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି।
ଲିଗ୍‌ ପର୍ଯ୍ୟାୟରେ ପ୍ରତ୍ୟେକ ଦଳ ୪ଟି ଭେନ୍ୟୁରେ ମ୍ୟାଚ୍‌ ଖେଳିବେ। ମୋଟ ୫୬ଟି ମ୍ୟାଚ୍‌ରୁ ଚେନ୍ନାଇ, ମୁମ୍ବାଇ, କୋଲକାତା ଓ ବେଙ୍ଗାଲୁରୁରେ ୧୦ଟି ଲେଖାଏ ମ୍ୟାଚ୍‌ ଖେଳାଯିବ। ସେହିପରି ଅହମଦାବାଦ ଓ ଦିଲ୍ଲୀରେ ୮ଟି ଲେଖାଏ ମ୍ୟାଚ ଆୟୋଜନ ହେବ। ସବୁ ମ୍ୟାଚ ନିରପେକ୍ଷ ଭେନ୍ୟୁରେ ଖେଳାଯିବ। କୌଣସି ଦଳ ସେମାନଙ୍କର ଘରୋଇ ଭେନ୍ୟୁରେ ମ୍ୟାଚ୍‌ ଖେଳିବେ ନାହିଁ। ୬ଟିରୁ ୪ଟି ଭେନ୍ୟୁରେ ସବୁ ଦଳ ଲିଗ୍‌ ମ୍ୟାଚ୍‌ ଖେଳିବେ।
ଲିଗ୍‌ରେ ମୋଟ ୧୧ଟି ଡବଲ୍‌ ହେଡର୍‌ ରହିବ। ୬ଟି ଦଳ ଅପରାହ୍ନରେ ୩ଟି ଲେଖାଏ ମ୍ୟାଚ୍‌ ଖେଳିବେ। ସେହିପରି ଦୁଇଟି ଦଳ ଅପରାହ୍ନ ୨ଟି ଲେଖାଏ ମ୍ୟାଚ୍‌ ଖେଳିବାର ସୁଯୋଗ ପାଇବେ। ଟୁର୍ନାମେଣ୍ଟର କାର୍ଯ୍ୟସୂଚୀ ସ୍ବତନ୍ତ୍ର ଭାବେ ସ୍ଥିରୀକୃତ ହୋଇଛି। ଯାହାଫଳରେ ପ୍ରତ୍ୟେକ ଦଳ ଲିଗ୍‌ ପର୍ଯ୍ୟାୟରେ ମାତ୍ର ୩ଥର ଯାତ୍ରା କରିବେ। କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି। ଆଇପିଏଲ୍‌ ବିନା ଦର୍ଶକରେ ଷ୍ଟାଡିୟମରେ ଖେଳାଯିବ। ତେବେ ପରବର୍ତ୍ତୀ ପର୍ଯ୍ୟାୟରେ ଦର୍ଶକଙ୍କୁ ଅନୁମତି ଦେବା ନେଇ ବିଚାର କରାଯିବାର ସମ୍ଭାବନା ରହିଛି। କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଆଇପିଏଲ୍‌ର ଗତ ସଂସ୍କରଣ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri