Posted inଖେଳ

ପଡିଆରେ ଧୋନୀଙ୍କ ଭଳି ହେବାକୁ ଚାହୁଁଛନ୍ତି ଏହି ଖେଳାଳି

ଦୁବାଇ,୧୫।୯: ମହେନ୍ଦ୍ର ସିଂ ଧୋନୀଙ୍କ ମ୍ୟାଚ ଜିତିବାର କୌଶଳ ଶିଖିବାକୁ ଚାହୁଁଛନ୍ତି ଦକ୍ଷିଣ ଆଫ୍ରିକାର ଡେଭିଡ ମିଲର। ଚାପର ସମ୍ମୁଖୀନ ହୋଇଥିଲେ ମଧ୍ୟ ଧୋନୀ ଶାନ୍ତ ରହିବାର ଗୁଣକୁ ସେ ପ୍ରତ୍ୟେକ ମ୍ୟାଚ୍‌ରେ ବ୍ୟବହାର କରିବାକୁ ଚାହୁଁଛନ୍ତି। ମିଲର କହିଛନ୍ତି, ଧୋନୀ ଯେପରି ଖେଳନ୍ତି, ମୁଁ ତାଙ୍କ ଉପରେ ନଜର ରଖିଥାଏ। ଚାପ ମୁହୂର୍ତ୍ତରେ ମଧ୍ୟ ସେ ଶାନ୍ତ ରୁହନ୍ତି। ମୁଁ ମଧ୍ୟ ସେହିଭଳି ପଡ଼ିଆରେ ରହିବାକୁ ଚାହୁଁଛି। ଟାର୍ଗେଟ ପିଛା ବେଳେ ମୁଁ ତାଙ୍କ ଭଳି ଫିନିସର୍‌ ହେବାକୁ ଚେଷ୍ଟା କରିବି। ଧୋନୀ ବିଶ୍ୱର ସର୍ବଶ୍ରେଷ୍ଠ ଫିନିସର। ତାଙ୍କ ବ୍ୟାଟିଂ ଦେଖିବାକୁ ବହୁତ ପସନ୍ଦ କରେ ବୋଲି ସେ କହିଛନ୍ତି। ସେପ୍ଟେମ୍ବର ୧୯ରୁ ଭାରତୀୟ ପ୍ରିମିୟର ଲିଗରେ ମିଲର ରାଜସ୍ଥାନ ରୟାଲ୍ସ ପାଇଁ ଖେଳିବେ। ସେ ପୂର୍ବରୁ କିଙ୍ଗସ ଏକାଦଶ ପଞ୍ଜାବ ଦଳରେ ୮ ବର୍ଷ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri