Posted inଖେଳ

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ୟୁଏଇ, ୧୧।୧୦: ଚଳିତବର୍ଷ ଆଇପିଏଲ୍‌ରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଦଳର ଖରାପ ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ ପଞ୍ଜାବର ତାରକା ଖେଳାଳି ଶେଲଡେନ କଟ୍ରେଲଙ୍କୁ ଦଳରୁ ଓହରି ଯାଇଛନ୍ତି। ଏଥିସହିତ ଦଳ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ କ୍ରିସ ଗେଲଙ୍କୁ ନେଇ ଚିନ୍ତିତ ଅଛି। କାରଣ ଗେଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଏବଂ ସେ ନିଜେ ଫଟୋ ଶେୟାର କରି ଏ ବିଷୟରେ ସୂଚନା ଦେଇଥିଲେ। ଗେଲ ହେଉଛି ପଞ୍ଜାବର ଶେଷ ଭରସା। ଦଳକୁ ସେ ସଙ୍କଟ ରକ୍ଷା କରିବେ ବୋଲି ପଞ୍ଜାବ ପ୍ରଶଂସକମାନେ ଆଶା ପ୍ରକାଶ କରିଛନ୍ତି। ଶେଷ ମ୍ୟାଚରେ ମଧ୍ୟ ବିଶ୍ୱାସ କରାଯାଉଥିଲା ଯେ ତାଙ୍କୁ ଦଳରେ ସୁଯୋଗ ଦିଆଯିବ। କିନ୍ତୁ ସେ ଚୂଡାନ୍ତ ଏକାଦେଶରେ ସ୍ଥାନ ଦିଆଯାଇ ନ ଥିଲା। ପ୍ରଶଂସକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପରେ ଦଳର ମୁଖ୍ୟ ପ୍ରଶିକ୍ଷକ ଅନିଲ କୁମ୍ବଲେ ଗେଲଙ୍କୁ ଏହି ମ୍ୟାଚରେ ଖେଳିବାର କାରଣ ଦର୍ଶାଇଥିଲେ। ସେ କହିଛନ୍ତି ଯେ ଗେଲ ଏହି ମ୍ୟାଚରେ ଖେଳିବାର ଥିଲା, କିନ୍ତୁ ସେ ଗତ ଦୁଇ ଦିନ ହେବ ଅସୁସ୍ଥ ଅଛନ୍ତି। ତାଙ୍କ ଖାଦ୍ୟ ବିଷାକ୍ତ ହୋଇଯାଇଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହା ପରେ ଗେଲ ଡାକ୍ତରଖାନାର ଏକ ଫଟୋ ଶେୟାର କରି ମୁଁ ଯୁଦ୍ଧ ନ କରି କେବେବି ପଛକୁ ଫେରିବି ନାହିଁ। ମୁଁ ୟୁନିଭର୍ସ ବସ ବୋଲି କହିଛନ୍ତି। ସୂଚନାଯୋଗ୍ୟ, କିଙ୍ଗସ ଏକାଦଶ ପଞ୍ଜାବ ଏପର୍ଯ୍ୟନ୍ତ ଖେଳାଯାଇଥିବା ୭ଟି ମ୍ୟାଚ ମଧ୍ୟରୁ ମୋଟ ୬ଟି ପରାଜୟବରଣ କରିଛି। ମାତ୍ର ଗୋଟିଏ ମ୍ୟାଚ୍‌ ବିଜୟ ହାସଲ କରି ପଏଣ୍ଟ ଟେବୁଲରେ ଶେଷ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri