Posted inଖେଳ

ସରିଲା ଲିଗ୍‌ ପର୍ଯ୍ୟାୟ: ଜାଣନ୍ତୁ ପ୍ଲେ-ଅଫ୍‌ରେ କିଏ କାହାକୁ ଭେଟିବ

ଶାରଜା,୪।୧୧: ଆଇପିଏଲ୍‌ ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ କର ବା ମର ମ୍ୟାଚ୍‌ରେ ହାଇଦ୍ରାବାଦ ଚମତ୍କାର ବିଜୟ ହାସଲ କରି ଚଳିତ ଆଇପିଏଲରେ ପ୍ଲେ-ଅଫ ଟିକେଟ ହାସଲ କରିଛି। ହାଇଦ୍ରାବାଦ ବିଜୟ ଲାଭ କରିବାରୁ କୋଲକାତା ନାଇଟ ରାଇଡର୍ସର ଚଳିତ ବର୍ଷ ଆଇପିଏଲ ଅଭିଯାନ ଶେଷ ହୋଇଛି। ଇତିମଧ୍ୟରେ ଆଇପିଏଲ୍‌ ୨୦୨୦ର ସମସ୍ତ ଲିଗ୍‌ ମ୍ୟାଚ୍‌ ଶେଷ ହୋଇଛି। ୪ଟି ଦଳ ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀ କ୍ୟାପିଟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ୍ସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପହଞ୍ଚିଛନ୍ତି। ୫ ତାରିଖରେ ମୁମ୍ବାଇ ଓ ଦିଲ୍ଲୀ ମଧ୍ୟରେ ପ୍ରଥମ କ୍ୱାଲିଫାୟର ଖେଳାଯିବ। ଏହି ମ୍ୟାଚ୍‌ ଯେଉଁ ଦଳ ଜିତିବ ସିଧାସଳଖ ଫାଇନାଲକୁ ଯିବ। ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଆସନ୍ତା ୬ ତାରିଖରେ ପ୍ରଥମ ଏଲିମିନେଟର ଖେଳିବ। ସେହିପରି ପ୍ରଥମ କ୍ୱାଲିଫାୟାରରେ ପରାସ୍ତ ହୋଇଥିବା ଦଳ ହାଇଦ୍ରାବାଦ ଓ ବାଙ୍ଗାଲୋର ମଧ୍ୟରେ ଯିଏ ଜିତିବ, ତାହା ସହ ଦ୍ୱିତୀୟ କ୍ୱାଲିଫାୟର ଖେଳିବ।

୫।୧୧।୨୦୨୦- ମୁମ୍ବାଇ ଇଣ୍ଡିଆନ୍ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ – ପ୍ରଥମ ଯୋଗ୍ୟତା – ୦୭:୩୦ – ଦୁବାଇ
୬।୧୧।୨୦୨୦-ସନରାଇଜର୍ସ ହାଇଦ୍ରାବାଦ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର – ପ୍ରଥମ ଏଲିମିନେଟର – ୦୭:୩୦ – ଆବୁଧାବି।

୮।୧୧।୨୦୨୦- ଦ୍ୱିତୀୟ ଯୋଗ୍ୟତା – ୦୭:୩୦- ଆବୁଧାବି

୧୦।୧୧।୨୦୨୦ – ଫାଇନାଲ – ୦୭:୩୦ ଅପରାହ୍ନ- ଦୁବାଇ


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri