Posted inଖେଳ

ପଞ୍ଜାବ ପାଇଁ ବୋଝ ୧୦.୭୫ କୋଟି ଟଙ୍କାର ଏହି ଷ୍ଟାର୍‌ ଅଲରାଉଣ୍ଡର

ୟୁଏଇରେ ଚାଲିଥିବା ଆଇପିଏଲର ୧୩ତମ ସିଜନରେ ଗୁରୁବାର ପର୍ଯ୍ୟନ୍ତ ୨୨ଟି ମ୍ୟାଚ ଖେଳାଯାଇଛି। ସମସ୍ତ ଦଳ ଅତି କମରେ ୫ଟି ମ୍ୟାଚ ଖେଳିଛନ୍ତି। ଏଥିରେ ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲର ଶୀର୍ଷରେ ଥିବାବେଳେ କିଙ୍ଗସ ଏକାଦଶ ପଞ୍ଜାବ ଦଳ ୬ଟି ମ୍ୟାଚ ମଧ୍ୟରୁ ୫ଟିରେ ପରାଜୟ ପରେ ଶେଷ ସ୍ଥାନରେ ରହିଛି। ପଞ୍ଜାବ ଲଗାତାର ୪ଟି ମ୍ୟାଚ ହାରିଛି ଏବଂ ବର୍ତ୍ତମାନ ପ୍ଲେ ଅଫରେ ପହଞ୍ଚିବା ଦଳ ପାଇଁ କଷ୍ଟକର ହୋଇପଡିଛି। ପଞ୍ଜାବର ଏହି ପରାଜୟ ପଛରେ ସବୁଠାରୁ ବଡ କାରଣ ହେଉଛି ତାରକା ଖେଳାଳିଙ୍କ ବିଫଳତା। ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଏଥିରେ ସାମିଲ ଅଛନ୍ତି। ସେ ଚଳିତ ବର୍ଷର ଆଇପିଏଲରେ ଦ୍ୱିତୀୟ ମହଙ୍ଗା ଖେଳାଳି। ତାଙ୍କୁ ଦଳ ୧୦.୭୫ କୋଟି ଟଙ୍କାରେ କିଣିଥିଲା। କିନ୍ତୁ ସେ ଉଭୟ ବ୍ୟାଟ ଏବଂ ବଲ ସହିତ ଫ୍ଲପ କରିଛନ୍ତି। ପରିସଂଖ୍ୟାନ ଦୃଷ୍ଟିରୁ ମ୍ୟାକ୍ସୱେଲ ଏପର୍ଯ୍ୟନ୍ତ ୬ଟି ମ୍ୟାଚ ଖେଳି ମାତ୍ର ୪୮ ରନ ସଂଗ୍ରହ କରିଛନ୍ତି। ୧୩ରନ ହେଉଛି ତାଙ୍କର ସର୍ବାଧିକ ସ୍କୋର। ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା ମ୍ୟାକ୍ସୱେଲ ଆଭରେଜ୍‌ ୧୨ ଥିବାବେଳେ ତାଙ୍କର ଷ୍ଟ୍ରାଇକ ରେଟ୍‌ ୮୬ ରହିଛି। ସେ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ମାତ୍ର ୪ଟି ଚୌକା ମାରିଛନ୍ତି। ବୋଲିଂ ବିଷୟରେ କହିବାକୁ ଗଲେ ସେ ୬ଟି ମ୍ୟାଚ୍‌ରେ ୪କେବଳ ଗୋଟିଏ ଉଇକେଟ ନେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri