Posted inଖେଳ

ଆଇପିଏଲ୍‌ ୨୦୨୦: ପ୍ରତ୍ୟାବର୍ତ୍ତନ ଆଶାରେ ରାଇନା

ନୂଆଦିଲ୍ଲୀ,୩।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରିବା ପରେ ଭାରତୀୟ ପୂର୍ବତନ କ୍ରିକେଟର ସୁରେଶ ରାଇନା ମୁହଁ ଖୋଲିଛନ୍ତି। ନିଜ ପରିବାର ପାଇଁ ଭାରତ ପ୍ରତ୍ୟାବର୍ତ୍ତନ କରିଥିଲି। ତେବେ ପୁଣି ଥରେ ଦୁବାଇ ଯାଇ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରେ ଯୋଗ ଦେଇ ପାରେ ବୋଲି ସେ କହିଛନ୍ତି। ଆଇପିଏଲ୍‌ ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟ ୧୫ ତାରିଖରେ ରାଇନା ତାଙ୍କ ପ୍ରିୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପଦାନୁସରଣ କରି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ଦୀର୍ଘଦିନର ଫ୍ରଞ୍ଚାଇଜ୍‌ ସହିତ ତାଙ୍କର ମତପାର୍ଥକ୍ୟ ହୋଇଥିବା ନେଇ ଆଲୋଚନାକୁ ସେ ଖଣ୍ଡନ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ଦଳରେ ୧୩ଟି କୋଭିଡ୍‌-୧୯ କେସ୍‌ ଦେଖିବାକୁ ମିଳିଛି। ଏଥିରେ ଦୁଇ ଖେଳାଳି ସାମିଲ ରହିଛନ୍ତି। ଏହି କାରଣରୁ ରାଇନା ଆଇପିଏଲ୍‌ରୁ ଓହରିଯିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ଆଲୋଚନା ହେଉଛି।
ଓହରିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ଭାବେ ବ୍ୟକ୍ତିଗତ ଥିଲା। ପରିବାର ପାଇଁ ମୋତେ ଫେରିବାକୁ ପଡିଥିଲା। ସିଏସ୍‌କେ ମଧ୍ୟ ମୋ ପାଇଁ ଏକ ପରିବାର ଭଳି। ସେହିପରି ମାହି ଭାଇ (ମହେନ୍ଦ୍ର ସିଂ ଧୋନୀ) ମୋ ପାଇଁ ବେଶ୍‌ ଗୁରୁତ୍ୱ ବହନ କରନ୍ତି। ସିଏସ୍‌କେ ଓ ମୋ ମଧ୍ୟରେ କୌଣସି ମତପାର୍ଥକ୍ୟ ନାହିଁ। ବିନା କାରଣରେ ଏ ଭଳି ସ୍ଥିତିରେ ଓହରିବାକୁ ନିଷ୍ପତ୍ତି ନେଇନାହିଁ। ଆହୁରି ୪-୫ ବର୍ଷ ଆଇପିଏଲ୍‌ ଖେଳିପାରିବି। ଦୁବାଇରେ ସିଏସ୍‌କେ ଦଳ ସହ ଯୋଗ ଦେବି ବୋଲି ରାଇନା ସୂଚନା ଦେଇଛନ୍ତି। କ୍ୱାରାଣ୍ଟାଇନ୍‌ରେ ମଧ୍ୟ ଅଭ୍ୟାସ କରୁଥିଲି। ତେଣୁ ପୁଣି ଥରେ ସିଏସ୍‌କେ ଶିବିରରେ ଯୋଗ ଦେଇପାରେ ବୋଲି ରାଇନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri