Posted inଖେଳ

ରାଜସ୍ଥାନ ରୟାଲ୍ସ ଫିଲ୍ଡିଂ କୋଚ୍‌ ଦିଶାନ୍ତ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୩।୮(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଦଳ ରାଜସ୍ଥାନ ରୟାଲ୍ସ ଫିଲ୍ଡିଂ କୋଚ୍‌ ଦିଶାନ୍ତ ୟାଗନିକ୍‌ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ବୋଲି ଜଣାପଡିଛି। ଏ ନେଇ ବୁଧବାର ଦଳ ତରଫରୁ ଘୋଷଣା କରାଯାଇଛି। ଆସନ୍ତା ସପ୍ତାହରେ ଆଇପିଏଲ୍‌ ଖେଳିବାକୁ ସବୁ ଦଳ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଯାତ୍ରା କରିବାକୁ ଯାଉଥିବା ବେଳେ ଫ୍ରାଞ୍ଚାଇଜ୍‌ଗୁଡକ ମଧ୍ୟରେ ଏଭଳି ପ୍ରଥମ ମାମଲା ଦେଖିବାକୁ ମିଳିଛି। ୟୁଏଇରେ ଆଇପିଏଲ୍‌ର ୧୩ତମ ସଂସ୍କରଣ ସେପ୍ଟେମ୍ବର ୧୯ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। କୋଭିଡ୍‌-୧୯ ମହାମାରୀ କାରଣରୁ ଏହି ମେଗା ଇଭେଣ୍ଟ ଭାରତରୁ ସ୍ଥାନାନ୍ତର ହୋଇଛି। ୟୁଏଇ ଯିବା ପାଇଁ ସଦସ୍ୟାମାନେ ମୁମ୍ବାଇରେ ଏକାଠି ହେବାକୁ ଦୃଷ୍ଟିରେ ରଖି ଏହି ଟେଷ୍ଟ କରାଯାଇଥିଲା।
ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦ୍ୱାରା ପ୍ରସ୍ତାବ ଦିଆଯାଇଥିବା ଦୁଇଟି ଟେଷ୍ଟକୁ ବାଦ୍‌ ଦେଲେ ଏବେ ଫ୍ରାଞ୍ଚାଇଜ୍‌ ସବୁ ଖେଳାଳି, ସପୋର୍ଟ ଷ୍ଟାଫ୍‌ ଓ ମ୍ୟାନେଜମେଣ୍ଟ ସଦସ୍ୟଙ୍କର ଅତିରିକ୍ତି ଟେଷ୍ଟ କରିବ। ୟାଗ୍‌ନିକ୍‌ ଏବେ ତାଙ୍କ ଘରୋଇ ସହର ଉଦୟପୁରରେ ଅଛନ୍ତି। ବାଧ୍ୟତାମୂଳକ ୧୪ ଦିନିଆ କ୍ୱାରାଣ୍ଟାଇନ ପୂର୍ବରୁ ହସ୍ପିଟାଲରେ ଭର୍ତ୍ତି ହେବାକୁ ତାଙ୍କୁ ପରାମର୍ଶ ଦିଆଯାଇଛି। କ୍ୱାରାଣ୍ଟାଇନ ପରେ ତାଙ୍କର ଦୁଇଟି ଟେଷ୍ଟ ହେବ। ରିପୋର୍ଟ ନେଗେଟଭ୍‌ ଥିଲେ ତାଙ୍କୁ ଦଳରେ ସାମିଲ ହେବାକୁ ସୁଯୋଗ ଦିଆଯିବ। ପୁଣି ୟୁଏଇରେ ପହଞ୍ଚିବା ପରେ ତାଙ୍କୁ ୬ ଦିନ ପାଇଁ ସେଲ୍ଫ ଆଇସୋଲେଶନରେ ରହିବାକୁ ପଡିବ ଓ ଏହାପରେ ତାଙ୍କର ଆହୁରି ୩ଟି କୋଭିଡ୍‌ ଟେଷ୍ଟ କରାଯିବ। ୟାଗ୍‌ନିକଙ୍କ ସହ କୌଣସି ଖେଳାଳି ସମ୍ପର୍କରେ ଆସିନାହାନ୍ତି ବୋଲି ଦଳ ତରଫରୁ ସ୍ପଷ୍ଟ କରାଯାଇଛି। ୩୭ ବର୍ଷୀୟ ଦିଶାନ୍ତ ଜଣେ ବାମହାତୀ ହାର୍ଡ ହିଟିଂ ଉଇକେଟକିପର ବ୍ୟାଟ୍ସମ୍ୟାନ ରୂପ ଜଣାଶୁଣା। ୨୫ ଆଇପିଏଲ୍‌ ମ୍ୟାଚ୍‌ ଖେଳି ସେ ୧୭୦ ରନ ସଂଗ୍ରହ କରିଛନ୍ତି। ଘରୋଇ କ୍ରିକେଟରେ ମଧ୍ୟ ତାଙ୍କ ପ୍ରଦର୍ଶନ ଭଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?