Posted inଖେଳ

ୟୁଏଇରେ ଆଇପିଏଲ୍‌: ଏସିୟୁକୁ ଦାୟିତ୍ୱ ତୁଲାଇବା ସହଜ ହେବ

ନୂଆଦିଲ୍ଲୀ, ୨୭ା୭ (ପି.ଟି.)- ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଦୁର୍ନୀତି ନିରୋଧୀ ଶାଖା (ଏସିୟୁ)କୁ ଦାୟିତ୍ୱ ସମ୍ପାଦନ କରିବା ଅପେକ୍ଷାକୃତ ସହଜ ହେବ ବୋଲି ଏହାର ମୁଖ୍ୟ ଅଜିତ୍‌ ସିଂ ପ୍ରକାଶ କରିଛନ୍ତି। ୟୁଏଇରେ ଆଇପିଏଲ୍‌ ସେପ୍ଟେମ୍ବର ୧୯ରୁ ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ହେବ। ୫୧ ଦିନ ଧରି ହେବାକୁଥିବା ଏହି ଇଭେଣ୍ଟରେ ୬୦ଟି ଗେମ୍‌ ଖେଳାଯିବ। ଏହା ଦୁବାଇ, ଶାରଜା ଓ ଆବୁଧାବିରେ ରହିଥିବା ତିନୋଟି ଷ୍ଟାଡିୟମରେ ଖେଳାଯିବ। ଭାରତରେ କିନ୍ତୁ ୮ଟି ଭେନ୍ୟୁରେ ଆଇପିଏଲ୍‌ ଖେଳାଯାଇଥାଏ। ୟୁଏଇରେ ମାତ୍ର ତିନୋଟି ଗ୍ରାଉଣ୍ଡରେ ମ୍ୟାଚ୍‌ ଖେଳାଯାଉଥିବାରୁ ସେଗୁଡ଼ିକ ଉପରେ ନଜର ରଖିବା ସହଜ ହେବ ବୋଲି ସିଂ କହିଛନ୍ତି। କାର୍ଯ୍ୟସୂଚୀ ପ୍ରକାଶ ପାଇବା ପରେ କେତେଜଣ କାର୍ଯ୍ୟରେ ନିୟୋଜିତ ହେବେ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଭାରତରେ ସାଧାରଣ ନିର୍ବାଚନ ଯୋଗୁ ୨୦୧୪ରେ ଆଇପିଏଲ୍‌ର ପ୍ରଥମ ଭାଗ ୟୁଏଇରେ ଅନୁଷ୍ଠିତ ହୋଇଥିଲା। ବିସିସିଆଇରେ ବର୍ତ୍ତମାନ ୮ଜଣ ଏସିୟୁ ଅଫିସର କାର୍ଯ୍ୟରତ। ୬୦ଟି ମ୍ୟାଚ ପରିଚାଳନା କରିବା ଏତିକି ଷ୍ଟାଫ୍‌ ଯଥେଷ୍ଟ ବୋଲି ଏସିୟୁ ମୁଖ୍ୟ କହିଛନ୍ତି। ତେବେ ଜୈବ ସୁରକ୍ଷିତ ପରିବେଶରେ ମ୍ୟାଚ ଖେଳାଯାଉଥିବାରୁ ହୁଏତ ଅଧିକ କର୍ମଚାରୀ ଆବଶ୍ୟକ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri