ଆଇପିଏଲ୍‌: ଟଓ୍ବୋଟିଆ, ପରାଗ ରାଜସ୍ଥାନକୁ ଜିତାଇଲେ

ଦୁବାଇ,୧୨।୧୦(ପି.ଟି.): ରାହୁଲ ଟଓ୍ବୋଟିଆ ଓ ଯୁବ ବ୍ୟାଟ୍ସମ୍ୟାନ ରିଆନ ପରାଗ ଉପଯୋଗୀ ବ୍ୟାଟିଂ କରି ସନରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷରେ ରାଜସ୍ଥାନ ରୟାଲ୍ସକୁ ୫ ଉଇକେଟରେ ବିଜୟୀ କରାଇଛନ୍ତି। ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୬ତମ ମ୍ୟାଚ୍‌ରେ ଟସ୍‌ ଜିତି ହାଇଦ୍ରାବାଦ୍‌ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୧୫୮ ରନ ସଂଗ୍ରହ କରିଥିଲା। ଜବାବରେ ରାଜସ୍ଥାନ ୧୯.୫ ଓଭରରେ ୫ ଉଇକେଟ ହରାଇ ୧୬୩ ରନକରି ବିଜୟ ହାସଲ କରିଛି। ଏଥିସହ କ୍ରମାଗତ ୪ଟି ପରାଜୟ ପରେ ରାଜସ୍ଥାନ ବିଜୟଧାରାକୁ ଫେରିଛି। ୨୮ ବଲରୁ ୪ ଚୌକା ଓ ୨ ଛକା ସହ ଦ୍ରୁତ ୪୫ରନ କରି ଅପରାଜିତ ରହିଥିବା ଟଓ୍ବୋଟିଆ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୫୯ ଟାର୍ଗେଟର ପିଛାକରି ରଜସ୍ଥାନ ମାତ୍ର ୨୬ ରନରେ ବେନ୍‌ ଷ୍ଟୋକ୍ସ, ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ ଓ ଜୋସ ବଟଲରଙ୍କୁ ହରାଇ ସମସ୍ୟାରେ ପଡିଥିଲା। ଷ୍ଟୋକ୍ସ ୫, ବଟଲର ୧୬, ସ୍ମିଥ୍‌ ୫ ରନ କରି ଆଉଟ ହୋଇଥିଲେ। ସଞ୍ଜୁ ସାମସନ ୨୬ ଓ ରବିନ ଉଥାପ୍ପା ୧୮ ରନ କରି ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଆଉ କୌଣସି କ୍ଷତି ନ ହେବାକୁ ଦେଇ ଟଓ୍ବୋଟିଆ ଓ ପରାଗ ଷଷ୍ଠ ଉଇକେଟରେ ୪୭ ବଲରୁ ଅପରାଜିତ ଦ୍ରୁତ ୮୫ ରନକରି ଦଳକୁ ଜିତାଇଥିଲେ। ଟଓ୍ବୋଟିଆ ୪୫ ଓ ପରାଗ ୨୬ ବଲରୁ ୨ ଚୌକା ଓ ୨ ଛକା ସହ ୪୨ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଖଲିଲ ଅହମ୍ମଦ ଓ ରସିଦ ଖାନ୍‌ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ ପକ୍ଷରୁ ମନୀଷ ପାଣ୍ଡେ ସର୍ବାଧିକ ୫୪ ରନ (୪୪ ବଲ, ୨ ଚୌକା, ୩ ଛକା), ଅଧିନାୟକ ତଥା ଓପନର ଡେଭିଡ୍‌ ଓ୍ବାର୍ନର ୪୮ ରନ (୩୮ ବଲ, ୩ ଚୌକା, ୨ ଛକା), ଜନି ବେୟାରଷ୍ଟୋ ୧୬, ପ୍ରିୟମ ଗର୍ଗ ୧୫ ରନକରି ଆଉଟ ହୋଇଥିବା ବେଳେ ଅଭିଜ୍ଞ କେନ୍‌ ଓ୍ବିଲିୟମସନ ୧୨ ବଲରୁ ୨ ଛକା ସହ ୨୨ରନ କରି ଅପରାଜିତ ରହିଥିଲେ। ବୋଲିଂରେ ରାଜସ୍ଥାନ ତରଫରୁ ଜୋଫ୍ରା ଆର୍ଚର, କାର୍ତ୍ତିକ ତ୍ୟାଗୀ ଓ ଜୟଦେବ ଉନାଡକଟ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୧୫୮/୪
(ଓ୍ବାର୍ନର- ୪୮, ପାଣ୍ଡେ- ୫୪, ଓ୍ବିଲିୟମସନ- ୨୨*, ଆର୍ଚର- ୧/୨୫, ତ୍ୟାଗୀ- ୧/୨୯, ଉନାଡକଟ- ୧/୩୧)।
ରାଜସ୍ଥାନ ରୟାଲ୍ସ ୧୯.୫ ଓଭରରେ ୧୬୩/୫
(ଟଓ୍ବୋଟିଆ- ୪୫*, ପରାଗ- ୪୨*, ଖଲିଲ- ୨/୩୭, ରସିଦ- ୨/୨୫)।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri