Posted inଖେଳ

ଆଇପିଏଲ୍‌ ପୂର୍ବରୁ ଚୌକା, ଛକା ଏହି ପ୍ରସିଦ୍ଧ କ୍ରିକେଟର୍‌: ଦେଖନ୍ତୁ ଭିଡିଓ

ୟୁଏଇ,୧୫।୯: ଆଇପିଏଲ୍‌ ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ରୟାଲ୍ସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ ଅଭ୍ୟାସ କରୁଛି। ଏହି ସମୟରେ ଖେଳାଳିମାନେ ନିଜ ମଧ୍ୟରେ ୨ଟି ଦଳ କରି ଅଭ୍ୟାସ ମ୍ୟାଚ୍‌ ଖେଳୁଛନ୍ତି। ଏକ ଅଭ୍ୟାସ ମ୍ୟାଚ୍‌ରେ ଦେବଦତ୍ତ ଏକାଦଶ ବିପକ୍ଷରେ ଏବି ଡିଭିଲିୟର୍ସ ଧମାକା କରିଛନ୍ତି। ସେ ୪୬ଟି ବଲ୍‌ରେ ୧୦୪ ରନ୍‌ର ପାଳି ଖେଳିଛନ୍ତି। ଏଥିରେ ଡିଭିଲିୟର୍ସ ୧୦ ଛକା ଏବଂ ୭ ଚୌକା ମାରିଥିଲେ। ଡିଭିଲିୟର୍ସଙ୍କ ବ୍ୟତୀତ ମହମ୍ମଦ ଆଜାହରୁଦ୍ଦିନ ୬୬ ରନ୍‌ର ପାଳି ଖେଳିଥିଲେ। ଫଳରେ ହର୍ଷଲ ଏକାଦଶ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୨୧୨ ରନ୍‌ କରିଥିଲା। ଡିଭିଲିୟର୍ସଙ୍କ ଶତକ ସତ୍ତ୍ୱେ ହର୍ଷଲ ଏକାଦଶକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ୨୧୨ ରନ୍‌ର ପିଛାକରି ଦେବଦତ୍ତ ଏକାଦଶ ୨୧୬ ରନ୍‌ କରି ମ୍ୟାଚ୍‌ ଜିତିଥିଲା। ଦଳ ପାଇଁ କେଏସ୍‌ ଭରନ ୯୫ ଏବଂ ଦେବଦତ୍ତନ ପଡିକ୍କଲ ୩୬ ରନ୍‌ କରିଥିଲେ। ଆରସିବି ନିଜ ଅଫିସିଆଲ୍‌ ଟୁଇଟର୍‌ ଆକାଉଣ୍ଟରେ ଏହି ମ୍ୟାଚ୍‌୍‌ର ଭିଡିଓ ଶେୟାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?