Posted inଖେଳ

୪୨ ବଲରୁ ବିସ୍ଫୋରକ ୭୫ ରନର ଇନିଂସ ଖେଳି ଖାସ୍‌ ରେକର୍ଡ ହାସଲ କଲେ ଏବି. ଡିଲିୟର୍ସ

ମୁମ୍ବାଇ,୨୮।୪: ଆଇପିଏଲର ୨୨ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ଏହି ବିଜୟ ସହିତ ଆରସିବି ଦଳ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଏହି ମ୍ୟାଚ୍‌ର ନାୟକ ଥିଳେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ। ତାଙ୍କ ଇନିଂଶ ଯୋଗୁ ଆରସିବି ଦିଲ୍ଲୀ ସମ୍ମୁଖରେ ଏକ ଚ୍ୟାଲେଞ୍ଜିଂର ଲକ୍ଷ୍ୟ ରଖିଥିଲା। ପ୍ରଥମେ ବ୍ୟାଟିଂ କରି ଆରସିବି ଧାର୍ଯ୍ୟ ଓଭରରେ ୫ ଉଇକେଟ ହରାଇ ୧୭୧ ରନ ସ୍କୋର କରିଥିଲା। ଏହାର ଜବାବରେ ଦିଲ୍ଲୀ ନିର୍ଦ୍ଧାରିତ ଓଭରରେ ୪ ଉଇକେଟ ହରାଇ ମାତ୍ର ୧୭୦ ରନ ସ୍କୋର କରିଥିଲା। ଡି ଭିଲିୟର୍ସ ୪୨ ବଲରୁ ଅପରାଜିତ ୭୫ ରନ କରିଥିଲେ। ଯେଉଁଥିରେ ସେ ୩ ଚୌକା ଓ ୬ ଛକା ମାରିଥିଲେ। ଏହି ଇନିଂସ ପାଇଁ ତାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ଦିଆଯାଇଥିଲା। ଆଇପିଏଲ ଇତିହାସରେ ଏହା ହେଉଛି ଡି ଭିଲିୟର୍ସଙ୍କ ୨୫ ତମ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର।
ଏହା ସହିତ ସେ ଆଉ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ୨୦୧୧ରୁ ଆରସିବି ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ରହିଥିବା ଡି ଭିଲିୟର୍ସ ଆଇପିଏଲରେ ୫୦୦୦ ରନ ପୂରଣ କରିବାରେ ଦ୍ୱିତୀୟ ବିଦେଶୀ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ଏହି ଲିଗରେ ୫ ହଜାର ୫୩ ରନ କରିଛନ୍ତି। ଡି ଭିଲିୟର୍ସ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଆଇପିଏଲ ଡେବ୍ୟୁ କରିଥିଲେ ଏବଂ ଏହି ଫ୍ରାଞ୍ଚାଇଜ ସହିତ ପ୍ରଥମ ଖେଳିଥିଲେ। ସେ ଦିଲ୍ଲୀ ପାଇଁ ୨୮ଟି ମ୍ୟାଚରେ ୬୧୭ ରନ ସଂଗ୍ରହ କରିଥିଲେ। ଏଥିସହିତ ସେ ଆରସିବି ପାଇଁ ୪ ହଜାର ୩୮୨ ରନ ସ୍କୋର କରିଛନ୍ତି।
ଡି ଭିଲିୟର୍ସଙ୍କ ବ୍ୟତୀତ ଡେଭିଡ ୱାର୍ଣ୍ଣର ହେଉଛନ୍ତି ପ୍ରଥମ ବିଦେଶୀ ବ୍ୟାଟ୍ସମ୍ୟାନ ଯିଏକି ଆଇପିଏଲରେ ୫୦୦୦ ରନ ପୂରଣ କରିଛନ୍ତି। ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ୱାର୍ଣ୍ଣର ୫ ହଜାର ୩୯୦ ରନ କରିଛନ୍ତି। ତେବେ ବିରାଟ କୋହଲିଙ୍କ ନାମରେ ଆଇପିଏଲରେ ସର୍ବାଧିକ ରନ ସ୍କୋର କରିବାର ରେକର୍ଡ ରହିଛି। ସେ ହେଉଛନ୍ତି ଏକମାତ୍ର ବ୍ୟାଟ୍ସମ୍ୟାନ ଯିଏ ଏହି ଲିଗରେ ୬ ହଜାରରୁ ଅଧିକ ରନ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?