Posted inଖେଳ

୪୨ ବଲରୁ ବିସ୍ଫୋରକ ୭୫ ରନର ଇନିଂସ ଖେଳି ଖାସ୍‌ ରେକର୍ଡ ହାସଲ କଲେ ଏବି. ଡିଲିୟର୍ସ

ମୁମ୍ବାଇ,୨୮।୪: ଆଇପିଏଲର ୨୨ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ଏହି ବିଜୟ ସହିତ ଆରସିବି ଦଳ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଏହି ମ୍ୟାଚ୍‌ର ନାୟକ ଥିଳେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ। ତାଙ୍କ ଇନିଂଶ ଯୋଗୁ ଆରସିବି ଦିଲ୍ଲୀ ସମ୍ମୁଖରେ ଏକ ଚ୍ୟାଲେଞ୍ଜିଂର ଲକ୍ଷ୍ୟ ରଖିଥିଲା। ପ୍ରଥମେ ବ୍ୟାଟିଂ କରି ଆରସିବି ଧାର୍ଯ୍ୟ ଓଭରରେ ୫ ଉଇକେଟ ହରାଇ ୧୭୧ ରନ ସ୍କୋର କରିଥିଲା। ଏହାର ଜବାବରେ ଦିଲ୍ଲୀ ନିର୍ଦ୍ଧାରିତ ଓଭରରେ ୪ ଉଇକେଟ ହରାଇ ମାତ୍ର ୧୭୦ ରନ ସ୍କୋର କରିଥିଲା। ଡି ଭିଲିୟର୍ସ ୪୨ ବଲରୁ ଅପରାଜିତ ୭୫ ରନ କରିଥିଲେ। ଯେଉଁଥିରେ ସେ ୩ ଚୌକା ଓ ୬ ଛକା ମାରିଥିଲେ। ଏହି ଇନିଂସ ପାଇଁ ତାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ଦିଆଯାଇଥିଲା। ଆଇପିଏଲ ଇତିହାସରେ ଏହା ହେଉଛି ଡି ଭିଲିୟର୍ସଙ୍କ ୨୫ ତମ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର।
ଏହା ସହିତ ସେ ଆଉ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ୨୦୧୧ରୁ ଆରସିବି ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ରହିଥିବା ଡି ଭିଲିୟର୍ସ ଆଇପିଏଲରେ ୫୦୦୦ ରନ ପୂରଣ କରିବାରେ ଦ୍ୱିତୀୟ ବିଦେଶୀ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ଏହି ଲିଗରେ ୫ ହଜାର ୫୩ ରନ କରିଛନ୍ତି। ଡି ଭିଲିୟର୍ସ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଆଇପିଏଲ ଡେବ୍ୟୁ କରିଥିଲେ ଏବଂ ଏହି ଫ୍ରାଞ୍ଚାଇଜ ସହିତ ପ୍ରଥମ ଖେଳିଥିଲେ। ସେ ଦିଲ୍ଲୀ ପାଇଁ ୨୮ଟି ମ୍ୟାଚରେ ୬୧୭ ରନ ସଂଗ୍ରହ କରିଥିଲେ। ଏଥିସହିତ ସେ ଆରସିବି ପାଇଁ ୪ ହଜାର ୩୮୨ ରନ ସ୍କୋର କରିଛନ୍ତି।
ଡି ଭିଲିୟର୍ସଙ୍କ ବ୍ୟତୀତ ଡେଭିଡ ୱାର୍ଣ୍ଣର ହେଉଛନ୍ତି ପ୍ରଥମ ବିଦେଶୀ ବ୍ୟାଟ୍ସମ୍ୟାନ ଯିଏକି ଆଇପିଏଲରେ ୫୦୦୦ ରନ ପୂରଣ କରିଛନ୍ତି। ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ୱାର୍ଣ୍ଣର ୫ ହଜାର ୩୯୦ ରନ କରିଛନ୍ତି। ତେବେ ବିରାଟ କୋହଲିଙ୍କ ନାମରେ ଆଇପିଏଲରେ ସର୍ବାଧିକ ରନ ସ୍କୋର କରିବାର ରେକର୍ଡ ରହିଛି। ସେ ହେଉଛନ୍ତି ଏକମାତ୍ର ବ୍ୟାଟ୍ସମ୍ୟାନ ଯିଏ ଏହି ଲିଗରେ ୬ ହଜାରରୁ ଅଧିକ ରନ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri