Posted inଖେଳ

ମାତ୍ର ୨୧ ବଲ୍‌ରେ ବଦଳିଗଲା ସମ୍ପୂର୍ଣ୍ଣ ମ୍ୟାଚ୍‌: ବିଜୟୀ ମ୍ୟାଚ୍‌ ହାରିଲା ରାଜସ୍ଥାନ

ମୁମ୍ବାଇ, ୨୦।୪: ଆଇପିଏଲରେ ୨୦୨୧ରେ ପ୍ରଥମ ମ୍ୟାଚ୍‌ ହାରିବା ପରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ପୁଣି ଟ୍ରାକ୍‌କୁ ଫେରିଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ପ୍ରଥମ ମ୍ୟାଚରେ ଦଳ ହାରିବା ପରେ ଦଳ କ୍ରମାଗତ ଦୁଇଟି ମ୍ୟାଚ ଜିତି ନିଜର ଶକ୍ତି ପ୍ରଦର୍ଶନ କରିଛି। ଚେନ୍ନାଇ ରାଜସ୍ଥାନ ରୟାଲ୍ସକୁ ତୃତୀୟ ମ୍ୟାଚରେ ୪୫ ରନରେ ପରାସ୍ତ କରିଥିବାବେଳେ ଦଳ ପଏଣ୍ଟ ଟେବୁଲରେ ଦୁଇ ନମ୍ବର ସ୍ଥାନରେ ପହଞ୍ଚିଛି।

ଚେନ୍ନାଇ ସୁପରକିଙ୍ଗସ ପ୍ରଥମ ଖେଳି ୯ ଉଇକେଟ ହରାଇ ୧୮୮ ସ୍କୋର କରିଥିଲା। ତେବେ କୌଣସି ବ୍ୟାଟ୍ସମ୍ୟାନ ଅର୍ଦ୍ଧଶତକୀୟ ଇନିଂସ ଖେଳି ପାରି ନ ଥିଲେ। ଏହାର ଜବାବରେ ରାଜସ୍ଥାନ ରୟାଲ୍ସ ସ୍କୋର ୧୧ ଓଭରରେ ୨ ଉଇକେଟ ୮୭ ରନ କରିଥିଲା। କିନ୍ତୁ ପରବର୍ତ୍ତୀ ୨୧ ବଲରେ ଦଳ ମାତ୍ର ୮ ରନ ସଂଗ୍ରହ କରି ୫ଟି ଉଇକେଟ ହରାଇଥିଲା। ଏହିପରି ୧୪.୩ ଓଭରରେ ୭ ଉଇକେଟରେ ସ୍କୋର ୯୫ ହୋଇଯାଇଥିଲା। ଏଠାରୁ ହିଁ ରାଜସ୍ଥାନ ଦଳ ମ୍ୟାଚ ହାରିଥିଲା। ବାମହାତୀ ସ୍ପିନର ରବିନ୍ଦ୍ର ଜାଡେଜା ଦ୍ୱାଦଶ ଓଭରରେ ଜସ ବଟଲର ଏବଂ ଶିବମ ଦୁବେଙ୍କ ଗୁରୁତ୍ୱପୂର୍ଣ୍ଣ ଉଇକେଟ ନେଇଥିଲେ। ବଟଲର ୪୯ ରନ ସଂଗ୍ରହ କରିଥିଲେ। ଏହା ପରେ ମୋଇନ ଅଲ୍ଲୀ ୧୩ତମ ଓଭରରେ ଗୋଟିଏ ଉଇକେଟ ଏବଂ ୧୫ ଓଭରରେ ଦୁଇଟ ଉଇକେଟ ନେଇ ରାଜସ୍ଥାନକୁ ବ୍ୟାକଫୁଟରେ ଠେଲି ଦେଇଥିଲେ। ରାଜସ୍ଥାନର ୬ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କରେ ପହଞ୍ଚି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri