Posted inଖେଳ

ମାତ୍ର ୨୧ ବଲ୍‌ରେ ବଦଳିଗଲା ସମ୍ପୂର୍ଣ୍ଣ ମ୍ୟାଚ୍‌: ବିଜୟୀ ମ୍ୟାଚ୍‌ ହାରିଲା ରାଜସ୍ଥାନ

ମୁମ୍ବାଇ, ୨୦।୪: ଆଇପିଏଲରେ ୨୦୨୧ରେ ପ୍ରଥମ ମ୍ୟାଚ୍‌ ହାରିବା ପରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ପୁଣି ଟ୍ରାକ୍‌କୁ ଫେରିଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ପ୍ରଥମ ମ୍ୟାଚରେ ଦଳ ହାରିବା ପରେ ଦଳ କ୍ରମାଗତ ଦୁଇଟି ମ୍ୟାଚ ଜିତି ନିଜର ଶକ୍ତି ପ୍ରଦର୍ଶନ କରିଛି। ଚେନ୍ନାଇ ରାଜସ୍ଥାନ ରୟାଲ୍ସକୁ ତୃତୀୟ ମ୍ୟାଚରେ ୪୫ ରନରେ ପରାସ୍ତ କରିଥିବାବେଳେ ଦଳ ପଏଣ୍ଟ ଟେବୁଲରେ ଦୁଇ ନମ୍ବର ସ୍ଥାନରେ ପହଞ୍ଚିଛି।

ଚେନ୍ନାଇ ସୁପରକିଙ୍ଗସ ପ୍ରଥମ ଖେଳି ୯ ଉଇକେଟ ହରାଇ ୧୮୮ ସ୍କୋର କରିଥିଲା। ତେବେ କୌଣସି ବ୍ୟାଟ୍ସମ୍ୟାନ ଅର୍ଦ୍ଧଶତକୀୟ ଇନିଂସ ଖେଳି ପାରି ନ ଥିଲେ। ଏହାର ଜବାବରେ ରାଜସ୍ଥାନ ରୟାଲ୍ସ ସ୍କୋର ୧୧ ଓଭରରେ ୨ ଉଇକେଟ ୮୭ ରନ କରିଥିଲା। କିନ୍ତୁ ପରବର୍ତ୍ତୀ ୨୧ ବଲରେ ଦଳ ମାତ୍ର ୮ ରନ ସଂଗ୍ରହ କରି ୫ଟି ଉଇକେଟ ହରାଇଥିଲା। ଏହିପରି ୧୪.୩ ଓଭରରେ ୭ ଉଇକେଟରେ ସ୍କୋର ୯୫ ହୋଇଯାଇଥିଲା। ଏଠାରୁ ହିଁ ରାଜସ୍ଥାନ ଦଳ ମ୍ୟାଚ ହାରିଥିଲା। ବାମହାତୀ ସ୍ପିନର ରବିନ୍ଦ୍ର ଜାଡେଜା ଦ୍ୱାଦଶ ଓଭରରେ ଜସ ବଟଲର ଏବଂ ଶିବମ ଦୁବେଙ୍କ ଗୁରୁତ୍ୱପୂର୍ଣ୍ଣ ଉଇକେଟ ନେଇଥିଲେ। ବଟଲର ୪୯ ରନ ସଂଗ୍ରହ କରିଥିଲେ। ଏହା ପରେ ମୋଇନ ଅଲ୍ଲୀ ୧୩ତମ ଓଭରରେ ଗୋଟିଏ ଉଇକେଟ ଏବଂ ୧୫ ଓଭରରେ ଦୁଇଟ ଉଇକେଟ ନେଇ ରାଜସ୍ଥାନକୁ ବ୍ୟାକଫୁଟରେ ଠେଲି ଦେଇଥିଲେ। ରାଜସ୍ଥାନର ୬ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କରେ ପହଞ୍ଚି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri