Posted inଖେଳ

ଧାଓ୍ବନଙ୍କଠାରୁ ଅରେଞ୍ଜ କ୍ୟାପ୍‌ ଛଡାଇ ନେଲେ ଏହି ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ ଆଇପିଏଲ୍‌ ପଏଣ୍ଟ ଟେବୁଲର ସ୍ଥିତି

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୧ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) କ୍ରମାଗତ ପଞ୍ଚମ ବିଜୟ ହାସଲ କରିଛି। ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାସ୍ତ କରିଛି ସିଏସ୍‌କେ। ଏହି ବିଜୟ ସହିତ ସିଏସ୍‌କେ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଏଥି ସହିତ ହାଇଦ୍ରାବାଦର ୬ଟି ମ୍ୟାଚରେ ପଞ୍ଚମ ପରାଜୟ ଭୋଗିଛି। ଦଳ ଏବେ ପଏଣ୍ଟ ଟେବୁଲର ସର୍ବନିମ୍ନରେ ଅଛି। ପ୍ରଥବେ ବ୍ୟାଟିଂ କରି ହାଇଦ୍ରାବାଦ ୩ ଉଇକେଟ୍‌ ହରାଇ ୧୭୧ ସ୍କୋର କରିଥିଲା। ଏହାର ଜବାବରେ ସିଏସ୍‌କେ ୧୮.୩ ଓଭରରେ ୩ଟି ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ଏହି ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି ଚେନ୍ନାଇ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମ୍‌ ସମାନ ସଂଖ୍ୟକ ପଏଣ୍ଟ ଅଛି, କିନ୍ତୁ ଭଲ ନେଟ ରନ ହାର ହେତୁ ଚେନ୍ନାଇ ଦଳ ଶୀର୍ଷରେ ଅଛି। ଦିଲ୍ଲୀ କ୍ୟାପିଟାଲ୍ସ ତୃତୀୟ ସ୍ଥାନରେ ରହିଛି। ପାଞ୍ଚ ଥର ଚାମ୍ପିୟନ ହୋଇଥିବା ମୁମ୍ବାଇ ଇଣ୍ଡିଆନ୍ସ ଟେବୁଲରେ ଚତୁର୍ଥ ସ୍ଥାନରେ ରହିଛି।

୍‌ଆଇପିଏଲ ଅରେଞ୍ଜ କ୍ୟାପ: ଚେନ୍ନାଇର ଫାଫ ଡୁ ପ୍ଲେସିସ ଆଇପିଏଲ ୨୦୨୧ରେ ଅରେଞ୍ଜ କ୍ୟାପ ରେସରେ ଶୀର୍ଷରେ ପହଞ୍ଚିଛନ୍ତି । ସେ ୬ଟି ମ୍ୟାଚରେ ୨୭୦ ରନ ସ୍କୋର କରିଥିଲେ। ଦିଲ୍ଲୀ କ୍ୟାପିଟାଲ୍ସର ଶିଖର ଧାୱନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଧାୱନ ଏପର୍ଯ୍ୟନ୍ତ ୬ଟି ମ୍ୟାଚରେ ୨୬୫ ରନ ସଂଗ୍ରହ କରିଛନ୍ତି। ପଞ୍ଜାବ କିଙ୍ଗ୍ସର ଅଧିନାୟକ କେ.ଏଲ ରାହୁଲ ୨୪୦ ରନ ସହ ଏହି ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି। ଚତୁର୍ଥ ସ୍ଥାନରେ ଥିବାବେଳେ ଆରସିବିର ଗ୍ଲେନ ମ୍ୟାକ୍ସୱେଲ ୨୨୩ ରନ ସହ ଅଛନ୍ତି।

ଆଇପିଏଲ ପର୍ପଲ କ୍ୟାପ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ହର୍ଷଲ ପଟେଲଙ୍କ ପାଖରେ ଏବେ ପର୍ପଲ କ୍ୟାପ ଅଛ। ପଟେଲ ୬ଟି ମ୍ୟାଚରେ ୧୭ଟି ଉଇକେଟ ନେଇଛନ୍ତି। ଏହି ତାଲିକାରେ ଆବେଶ ଖାନ ୧୨ ଉଇକେଟ ନେଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ହାଇଦ୍ରାବାଦର ରସିଦ ଖାନ ତୃତୀୟ ସ୍ଥାନରେ ଏବଂ ମୁମ୍ବାଇ ଇଣ୍ଡିଆନ୍ସର ରାହୁଲ ଚହର ୯-୯ ଉଇକେଟ ନେଇ ଚତୁର୍ଥ ସ୍ଥାନରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri