Posted inଖେଳ

ଧାଓ୍ବନଙ୍କଠାରୁ ଅରେଞ୍ଜ କ୍ୟାପ୍‌ ଛଡାଇ ନେଲେ ଏହି ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ ଆଇପିଏଲ୍‌ ପଏଣ୍ଟ ଟେବୁଲର ସ୍ଥିତି

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୧ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) କ୍ରମାଗତ ପଞ୍ଚମ ବିଜୟ ହାସଲ କରିଛି। ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାସ୍ତ କରିଛି ସିଏସ୍‌କେ। ଏହି ବିଜୟ ସହିତ ସିଏସ୍‌କେ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଏଥି ସହିତ ହାଇଦ୍ରାବାଦର ୬ଟି ମ୍ୟାଚରେ ପଞ୍ଚମ ପରାଜୟ ଭୋଗିଛି। ଦଳ ଏବେ ପଏଣ୍ଟ ଟେବୁଲର ସର୍ବନିମ୍ନରେ ଅଛି। ପ୍ରଥବେ ବ୍ୟାଟିଂ କରି ହାଇଦ୍ରାବାଦ ୩ ଉଇକେଟ୍‌ ହରାଇ ୧୭୧ ସ୍କୋର କରିଥିଲା। ଏହାର ଜବାବରେ ସିଏସ୍‌କେ ୧୮.୩ ଓଭରରେ ୩ଟି ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ଏହି ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି ଚେନ୍ନାଇ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମ୍‌ ସମାନ ସଂଖ୍ୟକ ପଏଣ୍ଟ ଅଛି, କିନ୍ତୁ ଭଲ ନେଟ ରନ ହାର ହେତୁ ଚେନ୍ନାଇ ଦଳ ଶୀର୍ଷରେ ଅଛି। ଦିଲ୍ଲୀ କ୍ୟାପିଟାଲ୍ସ ତୃତୀୟ ସ୍ଥାନରେ ରହିଛି। ପାଞ୍ଚ ଥର ଚାମ୍ପିୟନ ହୋଇଥିବା ମୁମ୍ବାଇ ଇଣ୍ଡିଆନ୍ସ ଟେବୁଲରେ ଚତୁର୍ଥ ସ୍ଥାନରେ ରହିଛି।

୍‌ଆଇପିଏଲ ଅରେଞ୍ଜ କ୍ୟାପ: ଚେନ୍ନାଇର ଫାଫ ଡୁ ପ୍ଲେସିସ ଆଇପିଏଲ ୨୦୨୧ରେ ଅରେଞ୍ଜ କ୍ୟାପ ରେସରେ ଶୀର୍ଷରେ ପହଞ୍ଚିଛନ୍ତି । ସେ ୬ଟି ମ୍ୟାଚରେ ୨୭୦ ରନ ସ୍କୋର କରିଥିଲେ। ଦିଲ୍ଲୀ କ୍ୟାପିଟାଲ୍ସର ଶିଖର ଧାୱନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଧାୱନ ଏପର୍ଯ୍ୟନ୍ତ ୬ଟି ମ୍ୟାଚରେ ୨୬୫ ରନ ସଂଗ୍ରହ କରିଛନ୍ତି। ପଞ୍ଜାବ କିଙ୍ଗ୍ସର ଅଧିନାୟକ କେ.ଏଲ ରାହୁଲ ୨୪୦ ରନ ସହ ଏହି ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି। ଚତୁର୍ଥ ସ୍ଥାନରେ ଥିବାବେଳେ ଆରସିବିର ଗ୍ଲେନ ମ୍ୟାକ୍ସୱେଲ ୨୨୩ ରନ ସହ ଅଛନ୍ତି।

ଆଇପିଏଲ ପର୍ପଲ କ୍ୟାପ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ହର୍ଷଲ ପଟେଲଙ୍କ ପାଖରେ ଏବେ ପର୍ପଲ କ୍ୟାପ ଅଛ। ପଟେଲ ୬ଟି ମ୍ୟାଚରେ ୧୭ଟି ଉଇକେଟ ନେଇଛନ୍ତି। ଏହି ତାଲିକାରେ ଆବେଶ ଖାନ ୧୨ ଉଇକେଟ ନେଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ହାଇଦ୍ରାବାଦର ରସିଦ ଖାନ ତୃତୀୟ ସ୍ଥାନରେ ଏବଂ ମୁମ୍ବାଇ ଇଣ୍ଡିଆନ୍ସର ରାହୁଲ ଚହର ୯-୯ ଉଇକେଟ ନେଇ ଚତୁର୍ଥ ସ୍ଥାନରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?