Posted inଖେଳ

ଆଇପିଏଲ୍‌ ସ୍ଥଗିତ ହେବାପରେ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଏହି କ୍ରିକେଟର୍‌: ପ୍ରଶଂସକ କହିଲେ ବାଃ ବାଃ

ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କରୋନା ଭାଇରସ ମହାମାରୀ ହେତୁ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ (ଆଇପିଏଲ)କୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। ବିସିସିଆଇର ନିଷ୍ପତ୍ତିର କିଛି ଘଣ୍ଟା ପରେ ଅଷ୍ଟ୍ରେଲୀୟ କ୍ରିକେଟର ତଥା ପୂର୍ବତନ ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଡେଭିଡ ୱାର୍ନର ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମରେ ଏକ ଭାବପ୍ରବଣ ବାର୍ତ୍ତା ଶେୟାର କରିଛନ୍ତି। ଆଇପିଏଲ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଡେଭିଡ ୱାର୍ନର ସୋସିଆଲ ମିଡିଆରେ ତାଙ୍କ ୩ ଝିଅଙ୍କ ଦ୍ୱାରା ପ୍ରସ୍ତୁତ ଏକ ସ୍କଚ ଶେୟାର କରିଛନ୍ତି। ଏହି ସ୍କେଚରେ ୱାର୍ଣ୍ଣରଙ୍କ ଝିଅ ଲେଖିଛନ୍ତି – ଦୟାକରି ବାପା … ଶିଘ୍ର ଘରକୁ ଆସ । ଆମେ ତୁମକୁ ବହୁତ ମିସ୍‌ କରୁଛୁ ଏବଂ ଆମେ ତୁମକୁ ବହୁତ ଭଲପାଉ। ଆଇଭି, ଇଣ୍ଡି ଏବଂ ଇସଲା ଠାରୁ ପ୍ରେମ। ଏହି ସ୍କେଚ ଶେୟାର କରି ଡେଭିଡ ୱାର୍ଣ୍ଣର କ୍ୟାପସନ ଦେଇଛନ୍ତି- ମୋର ପ୍ରିୟ ଆଇଭି, ତୁମକୁ ବହୁତ ଭଲ ପାଇବା। ୱାର୍ଣ୍ଣରଙ୍କ ଝିଅଙ୍କ ଏହି ସ୍ପର୍ଶକାତର ପୋଷ୍ଟ ଆଇପିଏଲ ସ୍ଥଗିତ ହେବା ପରେ ଆସିଥିଲା। ତାଙ୍କ ଏହି ପୋଷ୍ଟକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି।
ସନରାଇଜର୍ସ ହାଇଦ୍ରାବାଦର ଶେଷ ମ୍ୟାଚରେ ଦଳର ଅଧିନାୟକତ୍ୱରୁ ଡେଭିଡ ୱାର୍ନରଙ୍କୁ ହଟାଇ ଦିଆଯାଇଥିଲା। ତାଙ୍କ ସ୍ଥାନରେ କେନ ୱିଲିୟମସନ ହାଇଦ୍ରାବାଦର ନୂତନ ଅଧିନାୟକ ଭାବରେ ଦାୟିତ୍ୱ ଦିଆଯାଇଥିଲା। ସୋସିଆଲ ମିଡିଆରେ ବିଶେଷ କରି ଭାରତରେ ଡେଭିଡ ୱାର୍ନରଙ୍କର ବହୁତ ପ୍ରଶଂସକ ଅଛନ୍ତି। ତାଙ୍କୁ ମଧ୍ୟଭାଗରେ ଅଧିନାୟକତ୍ୱରୁ ହଟାଇଥିବାରୁ ପ୍ରଶଂସକମାନେ ସୋସିଆଲ ମିଡିଆରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ରାଜସ୍ଥାନ ରୟାଲ୍ସ ବିପକ୍ଷରେ କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ସନରାଇଜର୍ସ ହାଇଦ୍ରାବାଦ ୫୫ ରନରେ ହାରିଥିଲା। ଏହି ମ୍ୟାଚ୍‌ରେ ଡେଭିଡ ୱାର୍ଣ୍ଣର ଖେଳୁଥିବା ଏକାଦଶରେ ମଧ୍ୟ ସ୍ଥାନ ପାଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri