Posted inଖେଳ

ଆଇପିଏଲ୍‌ ସ୍ଥଗିତ ହେବାପରେ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଏହି କ୍ରିକେଟର୍‌: ପ୍ରଶଂସକ କହିଲେ ବାଃ ବାଃ

ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କରୋନା ଭାଇରସ ମହାମାରୀ ହେତୁ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ (ଆଇପିଏଲ)କୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। ବିସିସିଆଇର ନିଷ୍ପତ୍ତିର କିଛି ଘଣ୍ଟା ପରେ ଅଷ୍ଟ୍ରେଲୀୟ କ୍ରିକେଟର ତଥା ପୂର୍ବତନ ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଡେଭିଡ ୱାର୍ନର ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମରେ ଏକ ଭାବପ୍ରବଣ ବାର୍ତ୍ତା ଶେୟାର କରିଛନ୍ତି। ଆଇପିଏଲ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଡେଭିଡ ୱାର୍ନର ସୋସିଆଲ ମିଡିଆରେ ତାଙ୍କ ୩ ଝିଅଙ୍କ ଦ୍ୱାରା ପ୍ରସ୍ତୁତ ଏକ ସ୍କଚ ଶେୟାର କରିଛନ୍ତି। ଏହି ସ୍କେଚରେ ୱାର୍ଣ୍ଣରଙ୍କ ଝିଅ ଲେଖିଛନ୍ତି – ଦୟାକରି ବାପା … ଶିଘ୍ର ଘରକୁ ଆସ । ଆମେ ତୁମକୁ ବହୁତ ମିସ୍‌ କରୁଛୁ ଏବଂ ଆମେ ତୁମକୁ ବହୁତ ଭଲପାଉ। ଆଇଭି, ଇଣ୍ଡି ଏବଂ ଇସଲା ଠାରୁ ପ୍ରେମ। ଏହି ସ୍କେଚ ଶେୟାର କରି ଡେଭିଡ ୱାର୍ଣ୍ଣର କ୍ୟାପସନ ଦେଇଛନ୍ତି- ମୋର ପ୍ରିୟ ଆଇଭି, ତୁମକୁ ବହୁତ ଭଲ ପାଇବା। ୱାର୍ଣ୍ଣରଙ୍କ ଝିଅଙ୍କ ଏହି ସ୍ପର୍ଶକାତର ପୋଷ୍ଟ ଆଇପିଏଲ ସ୍ଥଗିତ ହେବା ପରେ ଆସିଥିଲା। ତାଙ୍କ ଏହି ପୋଷ୍ଟକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି।
ସନରାଇଜର୍ସ ହାଇଦ୍ରାବାଦର ଶେଷ ମ୍ୟାଚରେ ଦଳର ଅଧିନାୟକତ୍ୱରୁ ଡେଭିଡ ୱାର୍ନରଙ୍କୁ ହଟାଇ ଦିଆଯାଇଥିଲା। ତାଙ୍କ ସ୍ଥାନରେ କେନ ୱିଲିୟମସନ ହାଇଦ୍ରାବାଦର ନୂତନ ଅଧିନାୟକ ଭାବରେ ଦାୟିତ୍ୱ ଦିଆଯାଇଥିଲା। ସୋସିଆଲ ମିଡିଆରେ ବିଶେଷ କରି ଭାରତରେ ଡେଭିଡ ୱାର୍ନରଙ୍କର ବହୁତ ପ୍ରଶଂସକ ଅଛନ୍ତି। ତାଙ୍କୁ ମଧ୍ୟଭାଗରେ ଅଧିନାୟକତ୍ୱରୁ ହଟାଇଥିବାରୁ ପ୍ରଶଂସକମାନେ ସୋସିଆଲ ମିଡିଆରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ରାଜସ୍ଥାନ ରୟାଲ୍ସ ବିପକ୍ଷରେ କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ସନରାଇଜର୍ସ ହାଇଦ୍ରାବାଦ ୫୫ ରନରେ ହାରିଥିଲା। ଏହି ମ୍ୟାଚ୍‌ରେ ଡେଭିଡ ୱାର୍ଣ୍ଣର ଖେଳୁଥିବା ଏକାଦଶରେ ମଧ୍ୟ ସ୍ଥାନ ପାଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri