Posted inଖେଳ

ଦୁର୍ଭାଗ୍ୟବଶତଃ ଏହା ଆଉ ଘଟିବ ନାହିଁ: ଦଳରୁ ବାଦ୍‌ ପଡିବା ପରେ କାହିଁକି ଏମିତି କହିଲେ ଓ୍ବାର୍ଣ୍ଣର

ୟୁଏଇ,୨୮।୯: ରାଜସ୍ଥାନ ବିପକ୍ଷ ମ୍ୟାଚ ସମୟରେ ସନରାଇଜର୍ସ ହାଇଦ୍ରାବାଦ ଖେଳୁଥିବା ଏକାଦଶରେ ଡେଭିଡ ୱାର୍ଣ୍ଣରଙ୍କୁ ସ୍ଥାନ ଦେଇ ନ ଥିଲା। ଖରାପ ଫର୍ମରେ ଥିବା ୱାର୍ଣ୍ଣର ଏତେ ନିରାଶ ହୋଇଛନ୍ତି ଯେ ମ୍ୟାଚ ଦିନ ସେ ଷ୍ଟାଡିୟମକୁ ମଧ୍ୟ ନ ଆସି ହୋଟେଲ ରୁମରୁ ପୁରା ମ୍ୟାଚ ଦେଖିଥିଲେ। ୱାର୍ଣ୍ଣର ଷ୍ଟାଡିୟମରେ ନ ଥିବାରୁ କ୍ରିକେଟ ପ୍ରଶଂସକମାନେ ଅତ୍ୟନ୍ତ ନିରାଶ ହୋଇଥିଲେ। ଜଣେ ପ୍ରଶଂସକ ସୋସିଆଲ ମିଡିଆରେ ହାଇଦ୍ରାବାଦର ଇନଷ୍ଟାଗ୍ରାମ ଆକାଉଣ୍ଟକୁ ପ୍ରଶ୍ନ କରିଥିଲେ, ଏଥିରେ ୱାର୍ଣ୍ଣରଙ୍କ ଉତ୍ତର ଆସିଥିଲା। ଜଣେ ପ୍ରଶଂସକ କମେଣ୍ଟରେରେ ଲେଖିଛନ୍ତି, ‘ଆମେ ୱାର୍ଣ୍ଣରଙ୍କୁ ଦେଖିପାରୁ ନାହୁଁ, ଆପଣ ତାଙ୍କୁ ଷ୍ଟାଡିୟମରେ ଦେଖିଛନ୍ତି କି?’ ପ୍ରଶଂସକଙ୍କ ଦ୍ୱାରା କରାଯାଇଥିବା ଏହି ମନ୍ତବ୍ୟର ଡେଭିଡ ୱାର୍ଣ୍ଣର ଉତ୍ତର ଦେଇ ଲେଖିଛନ୍ତି, ଦୁର୍ଭାଗ୍ୟବଶତଃ ଏହା ଆଉ ଘଟିବ ନାହିଁ। କିନ୍ତୁ ଦୟାକରି ସମର୍ଥନ ଜାରି ରଖନ୍ତୁ। ୱାର୍ଣ୍ଣରଙ୍କ ଏହି ବାର୍ତ୍ତା ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଏବଂ ପ୍ର ୱାର୍ଣ୍ଣର ଆସନ୍ତା ସିଜନରେ ହାଇଦ୍ରାବାଦ ପାଇଁ ଖେଳିବେ ନାହିଁ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri