Posted inଖେଳ

ଚେନ୍ନାଇରେ ଧୋନୀ; ଆରମ୍ଭ ହେବ ସିଏସ୍‌କେର ଟ୍ରେନିଂ କ୍ୟାମ୍ପ

ଚେନ୍ନାଇ,୪।୩ : ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର ରାତିରେ ତାମିଲନାଡୁର ରାଜଧାନୀରେ ପହଞ୍ଚିଛନ୍ତି। ଆଗାମୀ ଆଇପିଏଲ ଲାଗି ଧୋନୀଙ୍କ ଦଳ ଆସନ୍ତା ୯ ତାରିଖରୁ ଟ୍ରେନିଂ କ୍ୟାମ୍ପ ଆରମ୍ଭ କରିପାରେ। ସେ ଏଠାରେ ୫ ଦିନିଆ କ୍ୱାରେଣ୍ଟିନରେ ରହିବେ। ଚେନ୍ନାଇ ଫ୍ରାଞ୍ଚାଇଜ ତା’ର ଅଫିସିଆଲ ଟୁଇଟର ପେଜରେ ବିମାନ ବନ୍ଦରରେ ଧୋନୀଙ୍କ ଫଟୋ ଶେୟାର କରିଛି। ଧୋନୀଙ୍କ ବ୍ୟତୀତ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ମଧ୍ୟ ଚେନ୍ନାଇରେ ପହଞ୍ଚିଛନ୍ତି। ତାମିଲ ନାଡୁର ଖେଳାଳିମାନେ ପରବର୍ତ୍ତୀ ସମୟରେ କ୍ୟାମ୍ପରେ ଯୋଗଦେବେ।

ସିଏସ୍‌କେ ଦଳର କ୍ୟାମ୍ପ ୯ ତାରିଖରୁ ଆରମ୍ଭ ହୋଇପାରେ। ଅନ୍ତର୍ଜାତୀୟ କ୍ରିକେଟ ଖେଳୁ ନ ଥିବା ଖେଳାଳିମାନେ ଏହି କ୍ୟାମ୍ପରେ ଯୋଗଦେବେ। ଟ୍ରେନିଂ ଆରମ୍ଭ କରିବା ପୂର୍ବରୁ ଖେଳାଳିମାନଙ୍କୁ ୫ ଦିନିଆ କ୍ୱାରେଣ୍ଟିନରେ ରଖାଯିବ। ୩ ଥର ନେଗେଟିଭ ରିପୋର୍ଟ ଆସିବା ପରେ ସେମାନେ ଟ୍ରେନିଂ କ୍ୟାମ୍ପରେ ଭାଗ ନେଇପାରିବେ ବୋଲି ଫ୍ରାଞ୍ଚାଇଜ ସିଇଓ କେ. ଏସ୍‌. ବିଶ୍ୱନାଥନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri